ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ମଙ୍ଗଳବାର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

0

ଭୁବନେଶ୍ୱର: ମଙ୍ଗଳବାର ଦିନ ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ରପ୍ରଦେଶ ଉପକୂଳବର୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ଅଂଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି ।
ଏହାର ପ୍ରଭାବରେ ମଙ୍ଗଳବାର ଓ ବୁଧବାର ଦୁଇଦିନ ଧରି ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସିଇସି ପକ୍ଷରୁ କୁହାଯାଇଛି । ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଖୋର୍ଦ୍ଧା ଓ ପୁରୀ ବ୍ୟତୀତ କଟକ ଓ ଜଗତସିଂହପୁରର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ଜଣାପଡ଼ିଛି ।

ଜୁଲାଇ ୨୬ ବେଳକୁ ଏହି ଲଘୁଚାପ ଅବପାତର ରୂପ ନେବା ସହ ଜୁଲାଇ ୨୮ ତାରିଖରୁ ଉତର ଓଡ଼ିଶା ଜିଲ୍ଲାଗୁଡିକରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଜୁଲାଇ ୩୦ ସୁଦ୍ଧା ଅନ୍ୟ ଗୋଟିଏ ଲଘୁଚାପ ସୃଷ୍ଟି ହୋଇପାରେ ଓ ଏହାର ପ୍ରଭାବରେ ଜୁଲାଇ ୩୧ ରୁ ଅଗଷ୍ଟ ୩ ତାରିଖ ମଧ୍ୟରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ସିଇସି ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.