ପ୍ରମୁଖ ଖବର

ସହଦେବ ନାୟକ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି
ରାଉରକେଲାରେ ଜଣେ ସିଆରପିଏଫ ଯବାନ ନିଜକୁ ନିଜେ ଗୁଳି କରିଥିବା ସୂଚନା
ଚୀନର ଜିଆଙ୍ଗରେ ଭୂକମ୍ପର ଝଟକା: ତୀବ୍ରତା ୪.୩
କେନ୍ଦ୍ର ଆଇଟି ମନ୍ତ୍ରୀଙ୍କ ପ୍ରତିଶ୍ରୁତି: ମେଗା ଆଇଟି ହବ୍ ହେବ ଓଡ଼ିଶା
ପ୍ରବାସୀ ଭାରତୀୟ ଦିବସ ପାଇଁ ଓଡିଶାରେ ପହଁଞ୍ଚିଲେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ପାଇଁ ଟ୍ରାଏଲ୍ ରନ୍
କୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ

ତିନି ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ଭୁବନେଶ୍ୱର: ତିନି ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ଓହ୍ଲାଇଲେ ମହାମହିମ । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା, ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ପ୍ରମୁଖ ସ୍ବାଗତ ଜଣାଇଥିଲେ। ଏହା ପରେ ସେ ବିମାନବନ୍ଦରରୁ ସିଧାସଳଖ ରାଜଭବନକୁ ଯାଇଥିଲେ।

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି । କମିସନରେଟ ପୋଲିସ ପକ୍ଷରୁ କାରକେଡ ରିହର୍ସସାଲ କରାଯାଇଛି । ବ୍ଲୁ-ବୁକ୍ ଆଧାରରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି । ରୁଟ୍ ଲାଇନ୍, କାରକେଡ, ଟ୍ରାଫିକ୍, ପାର୍କିଂ ବ୍ୟବସ୍ଥା ହୋଇଛି ।

ତେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ସନ୍ଧ୍ୟାରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଲା ପରେ ଯେତେବେଳେ କାର୍‌କେଡ୍‌ରେ ରାଜଭବନ ଅଭିମୁଖେ ବାହାରିଥିଲେ ସେହି ସମୟରେ ରାସ୍ତାକଡ଼ରେ ତାଙ୍କର ସ୍ବାଗତ ପାଇଁ ଆସିଥିବା ଲୋକଙ୍କୁ ଭେଟିଥିଲେ। ରାଷ୍ଟ୍ରପତି ଗାଡ଼ିରୁ ଓହ୍ଲାଇ ଲୋକଙ୍କ ପାଖକୁ ଚାଲି ଚାଲି ଯାଇଥିଲେ, ସେମାନଙ୍କ ଅଭିବାଦନ ଗ୍ରହଣ କରିଥିଲେ। 

ରାଷ୍ଟ୍ରପତି ରାଜଭବନ ପରିସରରେ ସନ୍ଧ୍ୟା ୭ଟାରେ ଅତୁଟ ବନ୍ଧନ ପରିବାର ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଏହାପରେ ରାଜଭବନ ପରିସରରେ ନିର୍ମାଣ ହେବାକୁ ଥିବା ନୂଆ କୋଠାର ଶିଳାନ୍ୟାସ କରିବେ। ୨୬ତାରିଖ ସକାଳେ ରାଷ୍ଟ୍ରପତି କଟକ ଉଚ୍ଚ ନ୍ୟାୟାଳୟର ୭୫ତମ ପ୍ରତିଷ୍ଠା ଦିବସର ପୂର୍ତ୍ତି ଉତ୍ସବ, ଜାତୀୟ ଆଇନ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ‌ମହାବିଦ୍ୟାଳୟ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ଯୋଗଦେବେ। ସଂଧ୍ୟାରେ ପୁଣି ରାଜଭବନକୁ ଫେରିବେ। ଏହାପରେ ୨୭ତାରିଖରେ ଓଡ଼ିଶାର ଆପଦଗ୍ରସ୍ତ ଜନଜାତି ଗୋଷ୍ଠୀ (ପିଭିଟିଜି) ପ୍ରତିନିଧିଙ୍କ ସହ ସାକ୍ଷାତ ଆଲୋଚନା କରିବେ। ଭୁବନେଶ୍ବରର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ୍ ହାଉସ୍‌ କମ୍ପ୍ଲେକ୍ସର ଶିଳାନ୍ୟାସ କରିବେ। ୨୭ତାରିଖ ସଂଧ୍ୟାରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

Leave A Reply

Your email address will not be published.