ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆସନ୍ତା ବର୍ଷ ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା

0

କଟକ: ଆଜି ଘୋଷଣା ହୋଇଛି ମାଟ୍ରିକ୍ ପରୀକ୍ଷାର ତାରିଖ। ଆସନ୍ତାବର୍ଷ ୨୦୨୪  ଫେବ୍ରୁଆରି ୨୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ହେବ। ଏନେଇ ବୋର୍ଡ ପକ୍ଷରୁ ଆଜି ସୂଚନା ଦିଆଯାଇଛି।

ବୋର୍ଡ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମାଟ୍ରିକ ପରୀକ୍ଷା ଶେଷ ହେବା ପରେ ମାର୍ଚ୍ଚ ୧୨ରୁ ଖାତାଦେଖା ଆରମ୍ଭ ହେବା। ଏହା ଅତିକମ୍‌ରେ ତାହା ୧୨ ଦିନ ଚାଲିବ। ପରୀକ୍ଷା ସଂପର୍କରେ ବିସ୍ତୃତ ବିବରଣୀ ପରେ ଘୋଷଣା ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିଲେ। ମୋଟ ୩ ହଜାର ୨୧୮ ପରୀକ୍ଷା କେନ୍ଦ୍ର ହୋଇଥିବା ବେଳେ ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଥିଲା। ନକ୍ସଲ ପ୍ରଭାବିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଥିଲା।

Leave A Reply

Your email address will not be published.