ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆସନ୍ତା ବର୍ଷ ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା

0

କଟକ: ଆଜି ଘୋଷଣା ହୋଇଛି ମାଟ୍ରିକ୍ ପରୀକ୍ଷାର ତାରିଖ। ଆସନ୍ତାବର୍ଷ ୨୦୨୪  ଫେବ୍ରୁଆରି ୨୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ହେବ। ଏନେଇ ବୋର୍ଡ ପକ୍ଷରୁ ଆଜି ସୂଚନା ଦିଆଯାଇଛି।

ବୋର୍ଡ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମାଟ୍ରିକ ପରୀକ୍ଷା ଶେଷ ହେବା ପରେ ମାର୍ଚ୍ଚ ୧୨ରୁ ଖାତାଦେଖା ଆରମ୍ଭ ହେବା। ଏହା ଅତିକମ୍‌ରେ ତାହା ୧୨ ଦିନ ଚାଲିବ। ପରୀକ୍ଷା ସଂପର୍କରେ ବିସ୍ତୃତ ବିବରଣୀ ପରେ ଘୋଷଣା ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିଲେ। ମୋଟ ୩ ହଜାର ୨୧୮ ପରୀକ୍ଷା କେନ୍ଦ୍ର ହୋଇଥିବା ବେଳେ ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଥିଲା। ନକ୍ସଲ ପ୍ରଭାବିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଥିଲା।

Leave A Reply

Your email address will not be published.