ପ୍ରମୁଖ ଖବର

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ
ରାଜ୍ୟରେ ଖୋଲିବ ୮ଟି ନୂଆ ଏଡିଜେ କୋର୍ଟ
ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି
ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ
ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ୨ ବର୍ଷ ପାଇଁ ଆଇଏମଡି ମହାନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତି
ଅପାରଗ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର : ସରକାରଙ୍କ ଚେତାବନୀ
୧୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ
ମହିଳା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ହେଲେ ବବିତା ପାତ୍ର

ସୋଆ କୃଷି ମହାବିଦ୍ୟାଳୟରେ ମୋଲିକ୍ୟୁଲାର ବାୟୋଲୋଜି ଓ ବାୟୋଟେକ୍ନୋଲୋଜି ଲ୍ୟାବ ଉଦ୍‌ଘାଟିତ

0

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)ରେ ଏକ ମୋଲିକ୍ୟୁଲାର ବାୟୋଲୋଜି ଓ ବାୟୋଟେକ୍ନୋଲୋଜି ଲ୍ୟାବ ଗତ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି ।ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୨ଟି ଲ୍ୟାବର ଉଦ୍‌ଘାଟନ କରିଥିଲେ ।

ଏହି ଅତ୍ୟାଧୁନିକ ଜ୍ଞାନ କୌଶଳଯୁକ୍ତ ପ୍ରୟୋଗଶାଳାର ଉଦ୍‌ଘାଟନ କରିବା ଅବସରରେ ପ୍ରଫେସର ନନ୍ଦ କହିଥିଲେ ଯେ ସାମ୍ପ୍ରତିକ ଜୀବ ବିଜ୍ଞାନରେ ଉପଯୋଗ କରିବା ଭଳି ଅତ୍ୟାଧୁନିକ ଜ୍ଞାନକୌଶଳକୁ ଅଧିକ ଜାଣିବା ପାଇଁ ଏହି ପ୍ରୟୋଗଶାଳା ବ୍ୟବହୃତ ହେବ । ଏହା ଦ୍ୱାରା ସ୍ନାତକୋତର ଓ ପିଏଚ୍‌ଡି ଶିକ୍ଷାର ମାନ ବୃଦ୍ଧି ପାଇବ ତଥା କୃଷି ଓ ଜୀବ ବିଜ୍ଞାନର ଗବେଷଣା କ୍ଷେତ୍ରରେ ନୂତନ ଦିଗ ଉନ୍ମୁକ୍ତ ହେବ ବୋଲି ପ୍ରଫେସର ନନ୍ଦ କହିଥିଲେ ।

ଏହି ଅବସରରେ ଆଇଏଏସ୍ ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ, ଉପଦେଷ୍ଟା ପ୍ରଫେସର ବିଜୟ କୁମାର ସାହୁ, ଆଇଟିଇଆର୍ ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଆଡିସ୍‌ନାଲ୍ ଡିନ୍ (ରିସର୍ଚ୍ଚ) ପ୍ରଫେସର ପ୍ରିୟବ୍ରତ ପଟ୍ଟନାୟକ ଓ ଜୈବ ପ୍ରଯୁକ୍ତି ବିଦ୍ୟା ବିଭାଗର ମୁଖ୍ୟ ପ୍ରଫେସର ଜ୍ଞାନ ରଞ୍ଜନ ରାଉତ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଆଇଏଏସ୍‌ର ସମସ୍ତ ବିଭାଗୀୟ ମୁଖ୍ୟମାନଙ୍କ ସହ ଅଧ୍ୟାପକ, ଅଧ୍ୟାପିକା ଓ ଗବେଷଣାରତ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ ।

Leave A Reply

Your email address will not be published.