ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସହ ଆରଏସ୍‌ଏସ୍ ଅଖିଳ ଭାରତୀୟ ସମ୍ପର୍କ ପ୍ରମୁଖଙ୍କ ସୌଜନ୍ୟମୂଳକ ସାକ୍ଷାତ

0

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସୋମବାର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (ଆରଏସଏସ)ର ଅଖିଳ ଭାରତୀୟ ସମ୍ପର୍କ ପ୍ରମୁଖ ଶ୍ରୀଯୁକ୍ତ ରାମଲାଲ । ତାଙ୍କ ସହିତ ଆରଏସଏସର ପୂର୍ବ ଭାରତ ସମ୍ପର୍କ ପ୍ରମୁଖ ଶ୍ରୀ ବିଦ୍ୟୁତ ମୁଖାର୍ଜୀ ମଧ୍ୟ ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଭେଟିଛନ୍ତି ।

ସମାଜ ଗଠନର ସାହାଯ୍ୟ କାମନା କରି ଆରଏସଏସ୍ ତରଫରୁ ଜାରୀ ରହିଥିବା ସମ୍ପର୍କ ଅଭିଯାନ ପରିପ୍ରେକ୍ଷୀରେ ସଂଘ ନେତୃବୃନ୍ଦ ସମାଜର ବିଶିଷ୍ଟ ଓ ପ୍ରତିଷ୍ଠିତ ବ୍ୟକ୍ତିମାନଙ୍କୁ ସାକ୍ଷାତ କରୁଛନ୍ତି । ପ୍ରଫେସର ନାୟକଙ୍କୁ ଶ୍ରୀଯୁକ୍ତ ରାମଲାଲ ଓ ଶ୍ରୀ ମୁଖାର୍ଜୀ ସାକ୍ଷାତ କରିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ଏହି ସାକ୍ଷାତ ଆଲୋଚନା ସମୟରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ପ୍ରଫେସର (ଡାକ୍ତର) ବସନ୍ତ କୁମାର ପତି ଉପସ୍ଥିତ ଥିଲେ ।

Leave A Reply

Your email address will not be published.