ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ଦୁଇଦିନିଆ ଓଡିଶା ଗସ୍ତରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ

0

ନୂଆଦିଲ୍ଲୀ: ଆସନ୍ତାକାଲିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଆସନ୍ତାକାଲି ରାତି ୧୦ଟା ୪୦ ମିନିଟରେ ସେ ଭୁବନେଶ୍ୱରରେ ପହଞ୍ଚିବେ ।ଶନିବାର ପୂର୍ବାହ୍ନ ୧୧ଟାରୁ ୧୨ଟା ଯାଏ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବେ ଅମିତ ଶାହ। ମଧ୍ୟାହ୍ନ ୧୨ଟାରୁ ସାଢ଼େ ୧୨ ପର୍ଯ୍ୟନ୍ତ ନକ୍ସଲ ଦମନ ପଦକ୍ଷେପ ଓ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ବୈଠକରେ ଯୋଗ ଦେବେ।

ଏହା ପରେ ଦଳୀୟ ବୈଠକ ଅନୁଷ୍ଠିତ ହେବ। ଦଳୀୟ ବୈଠକ ଶେଷ ପରେ ବିଜେପି ପାର୍ଟି ଅଫିସରେ ମଧ୍ୟାହ୍ନ ଭୋଜନ କରିବେ ଶାହ। ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ଦଳୀୟ କର୍ମକର୍ତ୍ତା ଓ ବରିଷ୍ଠ ନେତୃବୃନ୍ଦଙ୍କ ସହ ରୁଦ୍ଧ ଦ୍ୱାର ବୈଠକ କରିବେ। ସଂନ୍ଧ୍ୟା ୬ଟାରେ ଅମିତ ଶାହ ଭୁବନେଶ୍ୱର ଛାଡିବା ପୂର୍ବରୁ ବିମାନ ବନ୍ଦର ଲାଉଞ୍ଜରେ ବି ଦଳୀୟ କର୍ମୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.