ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ଦୁଇଦିନିଆ ଓଡିଶା ଗସ୍ତରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ

0

ନୂଆଦିଲ୍ଲୀ: ଆସନ୍ତାକାଲିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଆସନ୍ତାକାଲି ରାତି ୧୦ଟା ୪୦ ମିନିଟରେ ସେ ଭୁବନେଶ୍ୱରରେ ପହଞ୍ଚିବେ ।ଶନିବାର ପୂର୍ବାହ୍ନ ୧୧ଟାରୁ ୧୨ଟା ଯାଏ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବେ ଅମିତ ଶାହ। ମଧ୍ୟାହ୍ନ ୧୨ଟାରୁ ସାଢ଼େ ୧୨ ପର୍ଯ୍ୟନ୍ତ ନକ୍ସଲ ଦମନ ପଦକ୍ଷେପ ଓ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ବୈଠକରେ ଯୋଗ ଦେବେ।

ଏହା ପରେ ଦଳୀୟ ବୈଠକ ଅନୁଷ୍ଠିତ ହେବ। ଦଳୀୟ ବୈଠକ ଶେଷ ପରେ ବିଜେପି ପାର୍ଟି ଅଫିସରେ ମଧ୍ୟାହ୍ନ ଭୋଜନ କରିବେ ଶାହ। ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ଦଳୀୟ କର୍ମକର୍ତ୍ତା ଓ ବରିଷ୍ଠ ନେତୃବୃନ୍ଦଙ୍କ ସହ ରୁଦ୍ଧ ଦ୍ୱାର ବୈଠକ କରିବେ। ସଂନ୍ଧ୍ୟା ୬ଟାରେ ଅମିତ ଶାହ ଭୁବନେଶ୍ୱର ଛାଡିବା ପୂର୍ବରୁ ବିମାନ ବନ୍ଦର ଲାଉଞ୍ଜରେ ବି ଦଳୀୟ କର୍ମୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.