ପ୍ରମୁଖ ଖବର

ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
ଅନଲାଇନ ଗେମ୍ ଖେଳିବାକୁ ମନା କରିବାରୁ ଜୀବନ ହାରିଲେ ନାବାଳକ
ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ପିଉସା ସମେତ ୫ ଅଟକ
ସ୍ୱାଧୀନତା ଦିବସ ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା
ଭୁବନେଶ୍ୱରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ
ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ ଏଆଇ କ୍ୟାମେରା
ବିଧାନସଭା ଆଗରେ ୭ ବର୍ଷୀୟ ଝିଅ ସହ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

ଆଇଟିଇଆର୍ ଓ ଟାଟା ପାୱାର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

0

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ଏବଂ ଟାଟା ପାୱାର କମ୍ପାନୀ ଲିମିଟେଡ ମଧ୍ୟରେ ପ୍ରଯୁକ୍ତି ବିଦ୍ୟା ଓ ସ୍ମାର୍ଟ ଗ୍ରିଡ କ୍ଷେତ୍ରରେ ଆଦାନପ୍ରଦାନ ନିମନ୍ତେ ମଙ୍ଗଳବାର ଦିନ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ବୁଝାମଣା ଅନୁଯାୟୀ ଫ୍ୟାକଲ୍ଟି ଏବଂ ଛାତ୍ରଛାତ୍ରୀମାନଙ୍କୁ ପ୍ରଶିକ୍ଷଣ ଓ ପରାମର୍ଶ ଦେବା ସହ ୬ ମାସ ପାଇଁ ଇଂଟର୍ଣ୍ଣସିପ୍‌ର ବ୍ୟବସ୍ଥା କରାଯିବ । ଏହାଛଡା ଇଂଟର୍ଣ୍ଣସିପ୍ ସମୟରେ ଗବେଷଣା କ୍ଷେତ୍ରରେ ଛାତ୍ରଛାତ୍ରୀ ଓ ଅଧ୍ୟାପକମାନଙ୍କୁ ସୁଯୋଗ ମିଳିବ । ଏହା ବ୍ୟତୀତ ଇଞ୍ଜିନିୟରିଂ, ସଫ୍ଟେଓ୍ୟର , ହାର୍ଡେଓ୍ୟର ଇତ୍ୟାଦି ଉପରେ କମ୍ପାନୀ ପକ୍ଷରୁ କର୍ମଶାଳା, ଆଲୋଚନା ଚକ୍ର ଓ ହାକାଥନ୍‌ର ମଧ୍ୟ ଆୟୋଜନ କରାଯିବ ଏବଂ ଆଇଟିଇଆର କ୍ୟାମ୍ପସ୍ ରୁ ଛାତ୍ରଛାତ୍ରୀ ମାନଙ୍କୁ କମ୍ପାନୀରେ ନିଯୁକ୍ତି ସୁଯୋଗ ମିଳିପାରିବ ।

ଏହି ବୁଝାମଣାରେ ସୋଆର ପ୍ରୋ-ଭାଇସ୍‌ଚାନ୍‌ସେଲର ପ୍ରଫେସର ଶିତିକଣ୍ଠ ମିଶ୍ର ଓ ଟି ଆଣ୍ଡ ଡି କମ୍ପାନୀର ଟାଟା ପାୱାର ମାନବ ସମ୍ବଳ ମୁଖ୍ୟ ଶ୍ରୀ ସୁବୀର ବର୍ମାଙ୍କ ମଧ୍ୟରେ ସ୍ୱାକ୍ଷରିତ ହୋଇଥିଲେ । ଟାଟା ପାୱାର ଏଲ୍ ଆଣ୍ଡ ଡି, ଓଡିଶା ଡିସକମ୍ ର ମୁଖ୍ୟ ଶ୍ରୀ ବୁଦ୍ଧିଶ କୁମାର ବେହେରା , ଇଲେକ୍ଟ୍ରୋନିକ୍ସ ଆଣ୍ଡ କମ୍ୟୁନିକେସନ୍ ଇଞ୍ଜିନିୟରିଂର ମୁଖ୍ୟ ପ୍ରଫେସର ବିଭୁ ପ୍ରସାଦ ମହାନ୍ତି , ଇଲେକ୍ଟ୍ରିକାଲ୍ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟରିଂ ବିଭାଗର ମୁଖ୍ୟ ପ୍ରଫେସର ନିରଞ୍ଜନ ନାୟକ, ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂ ବିଭାଗର ମୁଖ୍ୟ ପ୍ରଫେସର ବିନୋଦ କୁମାର ସାହୁ, ଟ୍ରେନିଂ ଆଣ୍ଡ ପ୍ଲେସ୍‌ମେଂଟ ମୁଖ୍ୟ ଡକ୍ଟର ସୁଜିତ କୁମାର ଦାଶ ଓ କ୍ୟାରିୟର ଡେଭଲପ୍‌ମେଂଟ ସେଲ୍‌, ଆଇଟିଇଆରର ମୁଖ୍ୟ ଶ୍ରୀ ସୁମିତ ମିତ୍ର ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.