ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ଘର ଘର ବୁଲି ଖୋଜିବେ ଡେଙ୍ଗୁ ମଶା

0

ଭୁବନେଶ୍ବର: ଏଣିକି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଘର ଘର ବୁଲି ଡେଙ୍ଗୁ ମଶାଙ୍କୁ ଖୋଜିବ। ଯଦି ଘରେ ବା ଘର ଆଖପାଖରେ ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଥାଏ ଅଥବା ଡେଙ୍ଗୁ ମଶା ଦେଖିବାକୁ ମିଳେ ତେବେ ହଜାରେ ଟଙ୍କା ଫାଇନ କରିବ ବିଏମସି ।

ସେହିପରି ବ୍ୟବସାୟିକ ପ୍ରତିଷ୍ଠାନ, ଅଫିସ ଆଦି କୋଠାରେ ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଥାଏ ତାହାହେଲେ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଫାଇନ କରିବ ବିଏମସି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏଭଳି ନିର୍ଦ୍ଦେଶନାମା ଜାରି କରାଯାଇଛି। ଆସନ୍ତା ୧୫ ତାରିଖ ପରେ ବିଏମସି ଟିମ ଘର ଘର ଯାଞ୍ଚ କରିବ ବୋଲି ସୂଚନା ଦିଆଯାଇଛି ।

ଉଲ୍ଲେଖଯୋଗ୍ୟ: ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ୨ ଜଣ ଡେଙ୍ଗୁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ରାଜଧାନୀରେ ୯୨୪ଜଣଙ୍କର ସାମ୍ପଲ ଟେଷ୍ଟ ହେଇଥିବା ବେଳେ ୪୨୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି । ତେବେ ଭୁବନେଶ୍ଵରରେ ଡେଙ୍ଗୁ ମୁକାବିଲା ପାଇଁ ସ୍ୱତନ୍ତ୍ର ରଣନୀତି ଆପଣେଇଛି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ। ଭୁବନେଶ୍ୱର ମହାନଗର ନିଗମ (BMC) ଅଧିକାରୀ, ଜନସ୍ୱାସ୍ଥ୍ୟ ଅଧିକାରୀ ଓ ଡାକ୍ତରଙ୍କୁ ନେଇ ଟିମ୍ ଗଠନ କରାଯାଇଛି। ଏହି ଟିମ୍ ପ୍ରତିଦିନ ଘରକୁ ଘର ବୁଲି ଡେଙ୍ଗୁ ମୁକାବିଲା ପାଇଁ ଲୋକଙ୍କୁ ସଚେତନ କରାଇବା ସହିତ ପ୍ରତିକାର ପଦକ୍ଷେପ ନିଆଯାଉଛଛି। ବିଶେଷକରି ବର୍ଷା ଦିନରେ ଡେଙ୍ଗୁ ମଶାର ପ୍ରାର୍ଦୃଭାବ ଅଧିକ ଦେଖିବାକୁ ମିଳିଥାଏ।

Leave A Reply

Your email address will not be published.