ପ୍ରମୁଖ ଖବର

୨୦୨୭ରେ ହେବାକୁ ଥିବା ୩୯ତମ ଜାତୀୟ କ୍ରୀଡ଼ା ଆୟୋଜନ ପାଇଁ ହୋଷ୍ଟ ଷ୍ଟେଟ୍ ଏଗ୍ରିମେଣ୍ଟ (HSA) ସ୍ୱାକ୍ଷରିତ
ଓଡ଼ିଶାର ୧୧ ଖଣିଜ ବ୍ଲକ ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ
ଲାଲୁ-ରାବ୍ରୀଙ୍କୁ ବଙ୍ଗଳା ଖାଲି ନୋଟିସ, ରାବ୍ରୀଙ୍କ ଦୃଢ଼ ଜବାବ- ‘ଆମେ ଛାଡ଼ିବୁ ନାହିଁ’
ପୁଅ ଯତିନ୍ଦ୍ରଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଦାବି କଲେ ସିଦ୍ଧରମେୟା
‘ଶନିବାରଠାରୁ ଆରମ୍ଭ ହେବ ଏସ୍‌ଆଇଆର୍ କାର୍ଯ୍ୟକ୍ରମ
ସିଦ୍ଧରମେୟାଙ୍କ ଇସ୍ତଫା ଗ୍ରହଣ, ଡିକେ ଶିବକୁମାର ହେବେ ନୂଆ ମୁଖ୍ୟମନ୍ତ୍ରୀ

ଅଗଷ୍ଟ ୧୫ ପାଇଁ ‌କିଏ କେଉଁଠି କରିବେ ପତ୍ତାକା ଉତ୍ତୋଳନ ?

0

ଭୁବନେଶ୍ବର: ଆଉ ୪ ଦିନ ପରେ ଆସୁଛି ଅଗଷ୍ଟ ୧୫ ବା ସ୍ୱାଧୀନତା ଦିବସ। ସମଗ୍ର ଦେଶ ସମେତ ଓଡ଼ିଶାର ଗାଁରୁ ସହର ଯାଏଁ ୭୭ତମ ସ୍ୱାଧୀନତା ଦିବସ ପାଳନ କରାଯିବ। ଏହି ଜାତୀୟ ଉତ୍ସବ ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ପ୍ରସ୍ତୁତି ଜାରି ରହିଛି। ରାଜ୍ୟସ୍ତରୀୟ ଓ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ କରିଛନ୍ତି। ରାଜଧାନୀ ଭୁବନେଶ୍ବର ସମେତ ରାଜ୍ୟର ଜିଲ୍ଲା ମୁଖ୍ୟାଳୟଗୁଡ଼ିକରେ କିଏ ପତାକା ଉତ୍ତୋଳନ କରିବେ ସେନେଇ ସୂଚନା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବରସ୍ଥିତ ମହାତ୍ମାଗାନ୍ଧୀମାର୍ଗରେ ଜାତୀୟ ପତାକା ଉତ୍ତୋଳନ କରିବେ। ରାଉରକେଲା ଓ ବ୍ରହ୍ମପୁରରେ ରାଜସ୍ବ କମିସନର ଏବଂ ୧୦ଟି ଜିଲ୍ଲାରେ ଜିଲ୍ଲାପାଳମାନେ ଜାତୀୟ ପତାକା ଉତ୍ତୋଳନ କରିବେ।

ସୂଚନାଯୋଗ୍ୟ: ସ୍ବାଧୀନତା ଦିବସ ଅବସରେ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ଜାତୀୟ ପତାକା ଉତ୍ତୋଳନ କରିବା ନେଇ ପ୍ରସ୍ତୁତି ହୋଇଥିବା ବେଳେ ରାଜ୍ୟର ଜିଲ୍ଲା ମୁଖ୍ୟାଳୟଗୁଡ଼ିକରେ ମନ୍ତ୍ରୀ ଓ ଅନ୍ୟ ଅତିଥିଙ୍କ ଦ୍ବାରା ଏହି କାମ କରାଯିବ। ଏହି ଆଧାରରେ କନ୍ଧମାଳ ଜିଲ୍ଲା ମୁଖ୍ୟାଳୟ ଫୁଲବାଣୀରେ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା, ପୁରୀରେ ସ୍ବାସ୍ଥ୍ୟମନ୍ତ୍ରୀ ନିରଂଜନ ପୂଜାରୀ, କୋରାପୁଟରେ କୃଷି ଓ ମତ୍ସ୍ୟ ସଂପଦ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଗଂଜାମର ମୁଖ୍ୟାଳୟ ଛତ୍ରପୁରରେ ଜଙ୍ଗଲ, ପରିବେଶ ଓ ପଂଚାୟତିରାଜ ମନ୍ତ୍ରୀ ପ୍ରଦିପ ଅମାତ, ବରଗଡ଼ରେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ, ସମ୍ବଲପୁରରେ ନଗରଉନ୍ନୟନ ମନ୍ତ୍ରୀ ଉଷା ଦେବୀ, କେନ୍ଦୁଝରରେ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଅନୁଗୁଳରେ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ, ରାୟଗଡ଼ାରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଜାତୀୟ ପତାକା ଉତ୍ତୋଳନ କରିବେ।

ସେହିପରି ଜଗତସିଂହପୁରରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ବଲାଙ୍ଗୀରରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସୁନ୍ଦରଗଡ଼ରେ ଯୋଜନା ଓ ସମନ୍ବୟ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, କଟ‌କରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବାଲେଶ୍ବରରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଣି, ଝାରସୁଗୁଡ଼ାରେ ଶ୍ରମମନ୍ତ୍ରୀ ସାରଦା ନାୟକ, ମୟୁରଭଂଜରେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ବିନୀ କୁମାର ପାତ୍ର, କଳାହାଣ୍ଡି ଜିଲ୍ଲା ମୁଖ୍ୟାଳୟ ଭବାନୀପାଟଣାରେ ମନ୍ତ୍ରୀ ପ୍ରୀତିରଂଜନ ଘଡେଇ, ମାଲକାନଗିରିରେ କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, ସୋନପୁରରେ ହସ୍ତତନ୍ତ ମନ୍ତ୍ରୀ ରିତା ସାହୁ, ଢେଙ୍କାନାଳରେ ମିସନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ବ୍ରହ୍ମପୁରରେ ଦକ୍ଷିଣାଂଚଳ ରାଜସ୍ବ କମିସନର , ରାଉରକେଲାରେ ଉତ୍ତରାଂଚଳ ରାଜସ୍ବ କମିସନର, ଭଦ୍ରକ, ବୌଦ୍ଧ, ଦେବଗଡ଼, ଗଜପତି, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୂଆପଡ଼ା, ନବରଂଗପୁର ଓ ନୟାଗଡ଼ରେ ସ୍ଥାନୀୟ ଜିଲ୍ଲାପାଳମାନେ ଜାତୀୟ ପତାକା ଉତ୍ତୋଳନ କରିବେ।

Leave A Reply

Your email address will not be published.