ପ୍ରମୁଖ ଖବର

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ
ରାଜ୍ୟରେ ଖୋଲିବ ୮ଟି ନୂଆ ଏଡିଜେ କୋର୍ଟ
ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି
ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ
ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ୨ ବର୍ଷ ପାଇଁ ଆଇଏମଡି ମହାନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତି
ଅପାରଗ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର : ସରକାରଙ୍କ ଚେତାବନୀ
୧୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ
ମହିଳା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ହେଲେ ବବିତା ପାତ୍ର

ଦୁଇଦିନିଆ ଓଡ଼ିଶା ଗସ୍ତରେ ନିର୍ମଳା ସୀତାରମଣ

0

ଭୁବନେଶ୍ୱର:  ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ସେ ଭୁବନେଶ୍ୱର ବିମାନବନ୍ଦରରେ ରାତି ୮ ଟାରେ ପହଞ୍ଚି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ଓଡ଼ିଶାର କଟକ ମହାନଗର ନିଗମର ପ୍ରଥମ ମେୟର ତଥା ପୂର୍ବତନ ବିଧାୟିକା ସ୍ୱର୍ଗତା ନିବେଦିତା ପ୍ରଧାନଙ୍କର ସ୍ମୃତି ଉଦେଶ୍ୟରେ ଏକ ଶ୍ରଦ୍ଧାଞ୍ଜଳି ସଭାରେ ଭୁବନେଶ୍ୱରର ରାଜ୍ୟ କାର୍ଯ୍ୟାଳୟଠାରେ ଯୋଗଦେବେ। ଦଳୀୟ ନେତୃତ୍ୱଙ୍କ ସହ ଆଲୋଚନା ପରେ, ସେ ସିଧାସଳଖ ପୁରୀ ଯିବେ ଏବଂ ସେଠାରେ ରାତ୍ରିଯାପନ କରିବେ।

ଆସନ୍ତାକାଲି  ସକାଳେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଥିବା ବେଳେ `ମେରୀ ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ର ଅର୍ଥମନ୍ତ୍ରୀ। ପେଣ୍ଠକଟା ନିକଟ କେନ୍ଦ୍ରୀୟ ସଂସ୍କୃତ ବିଶ୍ଵବିଦ୍ୟାଳୟ ଶ୍ରୀ ସଦାଶିବ କ୍ୟାମ୍ପସ୍‌ରେ ମଧ୍ୟ କାର୍ଯ୍ୟକ୍ରମ ରହିଛି। ତା ଛଡ଼ା ପୁରୀ ବୀରହରେକୃଷ୍ଣପୁର ସ୍ଥିତ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଭୁବନେଶ୍ଵରରେ ବିଂଶତମ ଜାତୀୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀକୁ ଉଦ୍‌ଘାଟନ କରିବାର ମଧ୍ୟ କାର୍ଯ୍ୟକ୍ରମ ରିହଛି।

Leave A Reply

Your email address will not be published.