ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଆଇଏଏସ୍ ସ୍ତରରେ ଅଦଳବଦଳ

0

ଭୁବନେଶ୍ବର: ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଆଇଏଏସ୍ ଅଧିକାରୀ ସ୍ତରରେ ଏକ ଛୋଟଧରଣର ଅଦଳବଦଳ କରିଛନ୍ତି। ୨୦୧୦ ବ୍ୟାଚ୍ ଆଇଏଏସ୍ ଜ୍ୟୋତିପ୍ରକାଶ ଦାସଙ୍କୁ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । କଟକରେ ଇନ୍ସପେକ୍ଟର ଜେନେରାଲ ଅଫ୍ ରେଜିଷ୍ଟ୍ରେସନ(ଆଇଜିଆର) ଭାବେ କାର୍ଯ୍ୟରତ ଜ୍ୟୋତିପ୍ରକାଶ ଅତିରିକ୍ତ ଭାବେ ଏହି ନୂଆ ଦାୟିତ୍ୱ ତୁଲାଇବେ।

ସେହିପରି, ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ତଥା ୨୦୧୦ ବ୍ୟାଚ୍ ଆଇଏଏସ୍ ରମାଶିଷ ହାଜରାଙ୍କୁ ପଶୁପାଳନ ଓ ପ୍ରାଣୀଧନ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ଅନ୍ୟପକ୍ଷରେ ସେଠାରେ ଥିବା ୨୦୧୪ ବ୍ୟାଚ୍ ଆଇଏଏସ୍ ଡଃ ୟେଦୁଲା ବିଜୟଙ୍କୁ ବିଜ୍ଞାନ ଓ କାରିଗରି କୌଶଳ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି ହୋଇଛି । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । ତେବେ ୟେଦୁଲା ବିଜୟଙ୍କୁ ସରକାର କାହିଁକି ଏଭଳି ବଦଳି କରିଛନ୍ତି, ତାହା ଜଣାପଡ଼ିନି

Leave A Reply

Your email address will not be published.