ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ଇତିହାସ ରଚିଲା ଭାରତ: ସଫଳତାର ସହ ଅବତରଣ କଲା ଚନ୍ଦ୍ରଯାନ-୩

0

ଭୁବନେଶ୍ବର: ଆଜି ଇତିହାସ ରଚିଲା ଭାରତ। ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ସଫଳତାର ସହ ଅବତରଣ କଲା ଚନ୍ଦ୍ରଯାନ-୩। ଇସ୍ରୋ ବୈଜ୍ଞାନିକଙ୍କ ସମସ୍ତ ପ୍ରଚେଷ୍ଠା ଓ ପରିଶ୍ରମର ଫଳ ଆଜି ଦେଶବାସୀଙ୍କୁ ମିଳିଛି। ୨୦୧୯ ରେ ଭାରତ ତାର ଚନ୍ଦ୍ର ଅଭିଯାନରେ ବିଫଳ ହୋଇଥିବା ବେଳେ ଦୀର୍ଘ ୫ବର୍ଷର ଅକ୍ଳାନ୍ତ ପରିଶ୍ରମ ପରେ ଏବେ ଇସ୍ରୋର ଚନ୍ଦ୍ର ମିଶନ ଚନ୍ଦ୍ରଯାନ-୩ ସଫଳତାପୂର୍ବକ ଚନ୍ଦ୍ରରେ ଅବତରଣ କରିଛି। ଏପରି ସଫଳତା ହାସଲ କରିବାରେ ଭାରତ ବିଶ୍ବର ୪ର୍ଥ ମହାକାଶ ସଂସ୍ଥାରେ ପରିଣତ ହୋଇଛି। ପୂର୍ବରୁ ଆମେରିକା, ରୁଷ, ଚୀନ   ଏହି ସଫଳତା ହାସଲ କରିଛନ୍ତି । କିନ୍ତୁ ଚନ୍ଦ୍ରର ଦକ୍ଷିଣ ମେରୁରେ ଓହ୍ଲାଇବାରେ ଭାରତ ପ୍ରଥମ ଦେଶରେ ପରିଣତ ହୋଇଛି।

ଚନ୍ଦ୍ରପୃଷ୍ଟରେ ଚନ୍ଦ୍ରଯାନ-୩ ସଫଳତାର ସହ ଅବତରଣ କରିବା ପରେ ଆସନ୍ତା ୧୪ ଦିନ ପର୍ଯ୍ୟନ୍ତ ଚନ୍ଦ୍ରପୃଷ୍ଠରେ ଘୂରି ବୁଲିବ ରୋଭର୍। ଏହି ସମୟରେ ଇସ୍ରୋ ଆଶା କରୁଥିବା ଚନ୍ଦ୍ରପୃଷ୍ଠର ବିଭିନ୍ନ ସୂଚନା ପଠାଇବ। ଜହ୍ନ ରାଇଜରେ ଜଳର ଅନୁସନ୍ଧାନ ସହ ବାୟୁମଣ୍ଡଳୀୟ ସୂଚନା ମଧ୍ୟ ଦେବ ରୋଭର୍। ଜହ୍ନରେ ଜଳର ଉପସ୍ଥିତି ଭବିଷ୍ୟତ ମୁନ୍ ମିଶନ୍ ପାଇଁ ସହାୟକ ହେବ ବୋଲି ଆଶା କରାଯାଉଛି। ଏଠାରେ ଥିବା ଜଳ ପାନୀୟ ଭାବରେ ବ୍ୟବହାର ହୋଇପାରିବ କି ନାହିଁ, ଏଠାରେ ଅମ୍ଳଜାନ ପ୍ରସ୍ତୁତି କରାଯାଇ ପାରିବ କି ନାହିଁ, ଏଭଳି ବିଭିନ୍ନ ଦିଗ ଉପରେ ଅନୁସନ୍ଧାନ କରିବ ଇସ୍ରୋ। ସେହିପରି ଏହି ସଫଳତା ମଧ୍ୟ ମହାସାଗରର ଉତ୍ପତ୍ତି ବିଷୟରେ ସୂଚନା ଦେଇପାରେ।

Leave A Reply

Your email address will not be published.