ପ୍ରମୁଖ ଖବର

ପ୍ରତିରକ୍ଷା କ୍ଷେତ୍ରରେ ୨.୧୨ ଲକ୍ଷ କୋଟିର କ୍ରୟ ପ୍ରସ୍ତାବକୁ ମଞ୍ଜୁରି
ଆର୍‌ଜି କର ମାମଲା: ସିବିଆଇ ବିରୋଧୀ ଅଭିଯାନରୁ ଦୂରେଇଲେ ପୀଡ଼ିତାଙ୍କ ମା’
ମୋଦୀଙ୍କ ପିତାଙ୍କୁ ନେଇ ଟିପ୍ପଣୀ ପ୍ରସଙ୍ଗ: କଂଗ୍ରେସକୁ ଟାର୍ଗେଟ୍‌ କଲେ ବିଜେପି ଅଧ୍ୟକ୍ଷ
ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ: ପୀୟୂଷ ଗୋୟଲ
ଏଣିକି E100 ଇନ୍ଧନରେ ଚାଲିବ ଗାଡ଼ି! ନିୟମରେ ସଂଶୋଧନ କଲେ କେନ୍ଦ୍ର ସରକାର
ନର୍ଥ ବ୍ଲକ୍‌ରେ ଅଗ୍ନିକାଣ୍ଡ, ନିଆଁ ଲିଭାଇଲେ ଅଗ୍ନିଶମ କର୍ମଚାରୀ
ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ ଅର୍ଣ୍ଣବ ‘

ଇତିହାସ ରଚିଲା ଭାରତ: ସଫଳତାର ସହ ଅବତରଣ କଲା ଚନ୍ଦ୍ରଯାନ-୩

0

ଭୁବନେଶ୍ବର: ଆଜି ଇତିହାସ ରଚିଲା ଭାରତ। ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ସଫଳତାର ସହ ଅବତରଣ କଲା ଚନ୍ଦ୍ରଯାନ-୩। ଇସ୍ରୋ ବୈଜ୍ଞାନିକଙ୍କ ସମସ୍ତ ପ୍ରଚେଷ୍ଠା ଓ ପରିଶ୍ରମର ଫଳ ଆଜି ଦେଶବାସୀଙ୍କୁ ମିଳିଛି। ୨୦୧୯ ରେ ଭାରତ ତାର ଚନ୍ଦ୍ର ଅଭିଯାନରେ ବିଫଳ ହୋଇଥିବା ବେଳେ ଦୀର୍ଘ ୫ବର୍ଷର ଅକ୍ଳାନ୍ତ ପରିଶ୍ରମ ପରେ ଏବେ ଇସ୍ରୋର ଚନ୍ଦ୍ର ମିଶନ ଚନ୍ଦ୍ରଯାନ-୩ ସଫଳତାପୂର୍ବକ ଚନ୍ଦ୍ରରେ ଅବତରଣ କରିଛି। ଏପରି ସଫଳତା ହାସଲ କରିବାରେ ଭାରତ ବିଶ୍ବର ୪ର୍ଥ ମହାକାଶ ସଂସ୍ଥାରେ ପରିଣତ ହୋଇଛି। ପୂର୍ବରୁ ଆମେରିକା, ରୁଷ, ଚୀନ   ଏହି ସଫଳତା ହାସଲ କରିଛନ୍ତି । କିନ୍ତୁ ଚନ୍ଦ୍ରର ଦକ୍ଷିଣ ମେରୁରେ ଓହ୍ଲାଇବାରେ ଭାରତ ପ୍ରଥମ ଦେଶରେ ପରିଣତ ହୋଇଛି।

ଚନ୍ଦ୍ରପୃଷ୍ଟରେ ଚନ୍ଦ୍ରଯାନ-୩ ସଫଳତାର ସହ ଅବତରଣ କରିବା ପରେ ଆସନ୍ତା ୧୪ ଦିନ ପର୍ଯ୍ୟନ୍ତ ଚନ୍ଦ୍ରପୃଷ୍ଠରେ ଘୂରି ବୁଲିବ ରୋଭର୍। ଏହି ସମୟରେ ଇସ୍ରୋ ଆଶା କରୁଥିବା ଚନ୍ଦ୍ରପୃଷ୍ଠର ବିଭିନ୍ନ ସୂଚନା ପଠାଇବ। ଜହ୍ନ ରାଇଜରେ ଜଳର ଅନୁସନ୍ଧାନ ସହ ବାୟୁମଣ୍ଡଳୀୟ ସୂଚନା ମଧ୍ୟ ଦେବ ରୋଭର୍। ଜହ୍ନରେ ଜଳର ଉପସ୍ଥିତି ଭବିଷ୍ୟତ ମୁନ୍ ମିଶନ୍ ପାଇଁ ସହାୟକ ହେବ ବୋଲି ଆଶା କରାଯାଉଛି। ଏଠାରେ ଥିବା ଜଳ ପାନୀୟ ଭାବରେ ବ୍ୟବହାର ହୋଇପାରିବ କି ନାହିଁ, ଏଠାରେ ଅମ୍ଳଜାନ ପ୍ରସ୍ତୁତି କରାଯାଇ ପାରିବ କି ନାହିଁ, ଏଭଳି ବିଭିନ୍ନ ଦିଗ ଉପରେ ଅନୁସନ୍ଧାନ କରିବ ଇସ୍ରୋ। ସେହିପରି ଏହି ସଫଳତା ମଧ୍ୟ ମହାସାଗରର ଉତ୍ପତ୍ତି ବିଷୟରେ ସୂଚନା ଦେଇପାରେ।

Leave A Reply

Your email address will not be published.