ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଡିଏଫଓଙ୍କ ଘରେ ଭିଜିଲାନ୍ସ ରେଡ୍

0

ରାୟଗଡ଼ା: ରାୟଗଡ଼ା ଡିଏଫଓଙ୍କ ଘରେ ପଶିଲା ଭିଜିଲାନ୍ସ । ଡିଏଫଓ ବିଜୟ କୁମାର ପରିଡ଼ାଙ୍କ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା, ଖୋର୍ଦ୍ଧା, କଟକ ଓ ଯାଜପୁର ଜିଲ୍ଲାର ୭ଟି ସ୍ଥାନରେ ଏହି ଚଢାଉ କରିଛି ଭିଜିଲାନ୍ସ । ଡିଏଫଓଙ୍କ କଟକ ସଦର ଥାନା ଶ୍ରୀକୋରୁଆଁ ସ୍ଥିତ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚାଲିଛି ଛାନବିନ୍ । ଡିଏଫଓଙ୍କ ସମ୍ପର୍କୀୟ ସାରଦା ବେହେରାଙ୍କ ବାସଭବନ ଓ ବିବାହ ମଣ୍ଡପରେ ରେଡ୍‌ ଚାଲିଛି ।

ରାୟଗଡ଼ାରେ ଭିଜିଲାନ୍ସ ତରଫରୁ ୫ ଜଣିଆ ଟିମ୍ ଚଢାଉ କରୁଛନ୍ତି। ଭିଜିଲାନ୍ସ ଡିଏସପି ସନ୍ଧ୍ୟାରାଣୀ ସାହୁଙ୍କ ନେତୃତ୍ୱରେ ଏହି ଚଢାଉ ଆଜି ସକାଳୁ ଆରମ୍ଭ ହୋଇଛି। ଚଢ଼ାଉ ସମୟରେ ବୀମା ରସିଦ ଓ ବଣ୍ଡ୍‌ ସମେତ ବ୍ୟାଙ୍କ ଡିପୋଜିଟ କାଗଜପତ୍ର ଠାବ କରିଥିଲେ ଭିଜିଲାନ୍ସ ଟିମ୍।

Leave A Reply

Your email address will not be published.