ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

0

ଭୁବନେଶ୍ବର: ଆଜିଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଆସନ୍ତା ୨୮ ତାରିଖରେ ୨୦୨୩-୨୪ ଆର୍ଥିକବର୍ଷର ଅତିରିକ୍ତ ବଜେଟ୍ ଉପସ୍ଥାପନ ହେବ। ଅକ୍ଟୋବର ୩ ତାରିଖରେ ଗୃହୀତ ହେବ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ ହେବ।

ସୂଚନାଯୋଗ୍ୟ, ଆରମ୍ଭରେ ଦିବଙ୍ଗତ ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର, ପୂର୍ବତନ ବିଧାୟକ ତ୍ରିଲୋଚନ କାନୁନଗୋ, ନିବେଦିତା ପ୍ରଧାନ, କୁମର ବେହେରା ଓ ରମେଶ ସୋରେନ ଏବଂ ଦିବଙ୍ଗତ ପୁଲିସ କର୍ମୀ ଦେବାଶିଷ ବିଶ୍ବାଳ, ସୁଶାନ୍ତ କୁମାର ଖୁଣ୍ଟିଆ ଓ ସୁଶାନ୍ତ କୁମାର ମହାନ୍ତିଙ୍କ  ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହି ଅବସରରେ ସେ ସେମାନଙ୍କ ସ୍ମୃତିଚାରଣ କରିଥିଲେ।

ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ସମର୍ଥନ କରିଥିଲେ। ଏମାନେ ସମସ୍ତେ ଦିବଙ୍ଗତ ବ୍ୟକ୍ତିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହାପରେ ଦିବଙ୍ଗତ ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।

ତେବେ ଅପରାହ୍ଣ ୫ଟା ଯାଏ ବିଧାନସଭାକୁ ମୁଲତବୀ ରଖାଯାଇଛି। ନୂତନ ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହ ପରିଚାଳନା କରିଛନ୍ତି। ଅପରାହ୍ଣ ୫ଟାରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ।

Leave A Reply

Your email address will not be published.