ପ୍ରମୁଖ ଖବର

କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ

ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

0

ଭୁବନେଶ୍ବର: ଆଜିଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଆସନ୍ତା ୨୮ ତାରିଖରେ ୨୦୨୩-୨୪ ଆର୍ଥିକବର୍ଷର ଅତିରିକ୍ତ ବଜେଟ୍ ଉପସ୍ଥାପନ ହେବ। ଅକ୍ଟୋବର ୩ ତାରିଖରେ ଗୃହୀତ ହେବ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ ହେବ।

ସୂଚନାଯୋଗ୍ୟ, ଆରମ୍ଭରେ ଦିବଙ୍ଗତ ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର, ପୂର୍ବତନ ବିଧାୟକ ତ୍ରିଲୋଚନ କାନୁନଗୋ, ନିବେଦିତା ପ୍ରଧାନ, କୁମର ବେହେରା ଓ ରମେଶ ସୋରେନ ଏବଂ ଦିବଙ୍ଗତ ପୁଲିସ କର୍ମୀ ଦେବାଶିଷ ବିଶ୍ବାଳ, ସୁଶାନ୍ତ କୁମାର ଖୁଣ୍ଟିଆ ଓ ସୁଶାନ୍ତ କୁମାର ମହାନ୍ତିଙ୍କ  ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହି ଅବସରରେ ସେ ସେମାନଙ୍କ ସ୍ମୃତିଚାରଣ କରିଥିଲେ।

ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ସମର୍ଥନ କରିଥିଲେ। ଏମାନେ ସମସ୍ତେ ଦିବଙ୍ଗତ ବ୍ୟକ୍ତିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହାପରେ ଦିବଙ୍ଗତ ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।

ତେବେ ଅପରାହ୍ଣ ୫ଟା ଯାଏ ବିଧାନସଭାକୁ ମୁଲତବୀ ରଖାଯାଇଛି। ନୂତନ ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହ ପରିଚାଳନା କରିଛନ୍ତି। ଅପରାହ୍ଣ ୫ଟାରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ।

Leave A Reply

Your email address will not be published.