ପ୍ରମୁଖ ଖବର

ଆଜି ଆସୁଛନ୍ତି ମୋଦୀ: ରାତି ୮.୩୦ରେ ଜନପଥରେ ରୋଡ୍‌ ସୋ’, ଶନିବାର କନ୍ଧମାଳ, ବଲାଙ୍ଗୀର ଓ ବରଗଡ଼ରେ ଜନସଭା
ଆଜି ଅକ୍ଷୟ ତୃତୀୟା: ରଥଯାତ୍ରା ପାଇଁ ଅନୁକୂଳ ହେବ ରଥକାଠ, ଆଜିଠୁ ୨୧ ଦିନ ଧରି ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ ମହାପ୍ରଭୁ
ଆଜି ପବିତ୍ର ଅକ୍ଷୟ ତୃତୀୟା,ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆରମ୍ଭ ହେବ ରଥ ନିର୍ମାଣ କାର୍ଯ୍ୟ
ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଆରମ୍ଭ, ଏହି ଅବସରରେ ଶ୍ରୀଲିଙ୍ଗରାଜ, ମା’ ପାର୍ବତୀ, ମା’ ଦୁର୍ଗା ଓ ବାସୁଦେବ ବିନ୍ଦୁସାଗରରେ ଖେଳିବେ ଚାପ
ସମ୍ବଲପୁର ଶୀତଳଷଷ୍ଠୀ; ଆଜି ଥାଳ ଉଠା ସହ କରାଯିବ କନ୍ୟା ମାତା ପିତା ଚୟନ
ଆଜିଠୁ ଖୋଲିବ କେଦାରନାଥ ଧାମ, ୪୦ କ୍ୱିଣ୍ଟାଲ ଫୁଲରେ ସଜା ହୋଇଛି ମନ୍ଦିର
ନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା

ଆସିବ କି ଆଉ ଏକ ବାତ୍ୟା ?

0

ଭୁବନେଶ୍ବର; ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ହୋଇଥିବା ଆକଳନ ପରେ ଓଡ଼ିଶାକୁ ପୁଣି ବାତ୍ୟା ଭୟର ଆଶଙ୍କା ବଢ଼ିଛି। ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ଆଶଙ୍କା ରହିଛି। ଆଇଏମଡି ଦ୍ବାରା ପ୍ରକାଶିତ ଦୀର୍ଘ ମିଆଦୀ ଆକଳନ ଅନୁସାରେ ୨୯ ସେପ୍ଟେମ୍ବରରୁ ୫ ଅକ୍ଟୋବର ମଧ୍ୟରେ ଅବପାତ ହେବାର ସମ୍ଭାବନା କମ ଦର୍ଶାଉଛି। ହେଲେ କିଛି ଅନ୍ତର୍ଜାତୀୟ ମଡେଲର ଆକଳନ ଅନୁସାରେ, ସେପ୍ଟେମ୍ବର ୨୮ କିମ୍ବା ୨୯ ତାରିଖ ବେଳକୁ ଘୂର୍ଣ୍ଣିବଳୟ ଏବଂ ୩୦ ତାରିଖ ବେଳକୁ ଲଘୁଚାପ ଏବଂ ପରବର୍ତ୍ତୀ ସମୟରେ ଏହା ବାତ୍ୟା ରୂପ ନେଇପାରେ।

ସେପ୍ଟେମ୍ବର ୨୮ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ଓ ପରେ ବାତ୍ୟାର ରୂପ ନେଇପାରୋ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ମୁହାଁ ହେବାର ସମ୍ଭାବନା ରହିଛି ।  ଏହି ସମୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ କରୁଥିବାରୁ ଲଘୁଚାପ ବାତ୍ୟାରେ ପରିଣତ ହେବାକୁ ପାଗ ଅନୁକୂଳ ହୋଇପାରେ।

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୧୫ ଦିନ ପୂର୍ବରୁ ହୋଇଥିବା ଆକଳନରେ ଏଭଳି କିଛି ପୂର୍ବାନୁମାନ କରାଯାଇଛି। ତା’ସହ ଅନ୍ୟ କିଛି ପାଣିପାଗ ମଡେଲ୍ ବି ଏନେଇ ସୂଚନା ଦେଇଛି। ତେବେ ଏହାର ପ୍ରଭାବ ଓ ଗତିପଥ କ’ଣ ରହିବ ତାହା ଏଯାଏ ଜଣାପଡ଼ିନି। ୧୯୯୯ ମହାବାତ୍ୟା, ୨୦୨୩ ଫାଇଲିନ, ସିତରାଙ୍ଗ ଆଦି ବାତ୍ୟା ଅକ୍ଟୋବାର ମାସରେ ହୋଇଛି । ତେଣୁ ଅକ୍ଟୋବରେ ଆଉ ଏକ ବାତ୍ୟା ଆସିପାରେ ବୋଲି କୁହାଯାଉଛି ।

Leave A Reply

Your email address will not be published.