ପ୍ରମୁଖ ଖବର

କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ

ଆସିବ କି ଆଉ ଏକ ବାତ୍ୟା ?

0

ଭୁବନେଶ୍ବର; ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ହୋଇଥିବା ଆକଳନ ପରେ ଓଡ଼ିଶାକୁ ପୁଣି ବାତ୍ୟା ଭୟର ଆଶଙ୍କା ବଢ଼ିଛି। ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ଆଶଙ୍କା ରହିଛି। ଆଇଏମଡି ଦ୍ବାରା ପ୍ରକାଶିତ ଦୀର୍ଘ ମିଆଦୀ ଆକଳନ ଅନୁସାରେ ୨୯ ସେପ୍ଟେମ୍ବରରୁ ୫ ଅକ୍ଟୋବର ମଧ୍ୟରେ ଅବପାତ ହେବାର ସମ୍ଭାବନା କମ ଦର୍ଶାଉଛି। ହେଲେ କିଛି ଅନ୍ତର୍ଜାତୀୟ ମଡେଲର ଆକଳନ ଅନୁସାରେ, ସେପ୍ଟେମ୍ବର ୨୮ କିମ୍ବା ୨୯ ତାରିଖ ବେଳକୁ ଘୂର୍ଣ୍ଣିବଳୟ ଏବଂ ୩୦ ତାରିଖ ବେଳକୁ ଲଘୁଚାପ ଏବଂ ପରବର୍ତ୍ତୀ ସମୟରେ ଏହା ବାତ୍ୟା ରୂପ ନେଇପାରେ।

ସେପ୍ଟେମ୍ବର ୨୮ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ଓ ପରେ ବାତ୍ୟାର ରୂପ ନେଇପାରୋ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ମୁହାଁ ହେବାର ସମ୍ଭାବନା ରହିଛି ।  ଏହି ସମୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ କରୁଥିବାରୁ ଲଘୁଚାପ ବାତ୍ୟାରେ ପରିଣତ ହେବାକୁ ପାଗ ଅନୁକୂଳ ହୋଇପାରେ।

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୧୫ ଦିନ ପୂର୍ବରୁ ହୋଇଥିବା ଆକଳନରେ ଏଭଳି କିଛି ପୂର୍ବାନୁମାନ କରାଯାଇଛି। ତା’ସହ ଅନ୍ୟ କିଛି ପାଣିପାଗ ମଡେଲ୍ ବି ଏନେଇ ସୂଚନା ଦେଇଛି। ତେବେ ଏହାର ପ୍ରଭାବ ଓ ଗତିପଥ କ’ଣ ରହିବ ତାହା ଏଯାଏ ଜଣାପଡ଼ିନି। ୧୯୯୯ ମହାବାତ୍ୟା, ୨୦୨୩ ଫାଇଲିନ, ସିତରାଙ୍ଗ ଆଦି ବାତ୍ୟା ଅକ୍ଟୋବାର ମାସରେ ହୋଇଛି । ତେଣୁ ଅକ୍ଟୋବରେ ଆଉ ଏକ ବାତ୍ୟା ଆସିପାରେ ବୋଲି କୁହାଯାଉଛି ।

Leave A Reply

Your email address will not be published.