ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଶିଶୁ ଅଦଳବଦଳ ଅଭିଯୋଗ ଘଟଣାରେ ଗାଇନିଂ ୱାର୍ଡର ଆଟେଣ୍ଡାଣ୍ଟ ସସ୍‌ପେଣ୍ଡ

0

ଭୁବନେଶ୍ୱର: ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ୍‌ରେ ଶିଶୁ ଅଦଳବଦଳ ଅଭିଯୋଗ ଘଟଣାରେ ଗାଇନିଂ ୱାର୍ଡର ଆଟେଣ୍ଡାଣ୍ଟଙ୍କୁ ସସ୍‌ପେଣ୍ଡ କରିଛନ୍ତି ହସ୍ପିଟାଲ ନିର୍ଦ୍ଦେଶକ। ଦାୟିତ୍ୱରେ ଅବହେଳା ପାଇଁ ସସ୍‌ପେଣ୍ଡ କରିଥିବା ସୂଚନା ମିଳିଛି। ଶିଶୁ ଅଦଳବଦଳ ଘଟଣାରେ ଆରମ୍ଭ ହୋଇଥିବା ତଦନ୍ତ ଜାରି ରହିବ ବୋଲି କ୍ୟାପିଟାଲ ନିର୍ଦ୍ଦେଶକ କହିଛନ୍ତି।

ସେ ଆହୁରି କହିଛନ୍ତି, ନବଜାତର ବାପାଙ୍କୁ ଖବର ଦେଇଥିବା ଆଟେଣ୍ଡାଣ୍ଟଙ୍କୁ କାର୍ଯ୍ୟାନ୍ତର ହୋଇଛି। ଗଠିତ କମିଟିର ରିପୋର୍ଟ ଅନୁସାରେ କାର୍ଯ୍ୟାନୁଷ୍ଠାନ ହୋଇଛି। ଭୁଲ ବୁଝାମଣା ଯୋଗୁ ଏପରି ହୋଇଥିବା ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଛି।  ଶିଶୁ ଜନ୍ମ ହେବା ପରେ ରଖାଯାଇଥିବା ସମସ୍ତ ପ୍ରମାଣ ଝିଅ ଦର୍ଶାଉଛି। ଶିଶୁ ଜନ୍ମ ହେବା କ୍ଷଣି ଶିଶୁର ମାଆକୁ ସୂଚନା ଦିଆଯାଇଥିଲା। ଶିଶୁର ପିତା ଝିଅ ଗ୍ରହଣ କରିବାକୁ ରାଜି ନ ଥିବାରୁ ପୁଲିସ ପଦକ୍ଷେପ ନେବ।, ଆରମ୍ଭ ହୋଇଥିବା ତଦନ୍ତ ଜାରି ରହିବ

ସୂଚନା ଅନୁଯାୟୀ, କେନ୍ଦ୍ରପଡ଼ା ଜିଲ୍ଲା ରାଜନଗର ଅଞ୍ଚଳର ପ୍ରାଣକୃଷ୍ଣ ବିଶ୍ବାଳ ଭୁବନେଶ୍ବର ବରମୁଣ୍ଡା ଅଞ୍ଚଳରେ ଘର ଭଡ଼ା ନେଇ ରହନ୍ତି। ତାଙ୍କ ପତ୍ନୀଙ୍କର ପ୍ରସବ ଜନିତ ଯନ୍ତ୍ରଣା ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ। ମଙ୍ଗଳବାର ସକାଳ ୧୦ଟା ୧୫ ସମୟରେ ତାଙ୍କ ପତ୍ନୀଙ୍କର ଅସ୍ତ୍ରୋପଚାର ହୋଇ ଏକ ଶିଶୁ ଜନ୍ମ ଗ୍ରହଣ କରିଥିଲା। ଏହାର ୬ ମିନିଟ୍‌ ପରେ ଅନ୍ୟ ଏକ ଓଟିରେ ଆଉ ଜଣେ ମହିଳା ମଧ୍ୟ ଏକ ଶିଶୁକୁ ଜନ୍ମ ଦେଇଥିଲେ। ଓଟି ମଧ୍ୟରୁ ଜଣେ ଆଟେଣ୍ଡାଣ୍ଟ ଆସି ପ୍ରାଣକୃଷ୍ଣଙ୍କର ପୁଅ ହୋଇଥିବା କହି ଏକ ରେଜିଷ୍ଟରରେ ଦସ୍ତଖତ କରାଇଥିଲେ।

କିନ୍ତୁ ଏହାର କିଛି ସମୟ ପରେ ଫ‌ଟୋ ଉଠାଇବା ପାଇଁ ଡାକିବା ସମୟରେ ପ୍ରାଣକୃଷ୍ଣଙ୍କୁ ଏକ ନବଜାତ ଝିଅକୁ ଦେଇଥିଲେ। ଏହାକୁ ନେଇ ସେ ଆପତ୍ତି ଉଠାଇଥିଲେ। କିନ୍ତୁ ପ୍ରସବ କରାଇଥିବା ଡାକ୍ତର, ସେଠାରେ ଥିବା ନର୍ସ ଓ ଅନ୍ୟ କର୍ମଚା‌ରୀମାନେ ତାଙ୍କର ଝିଅ ହୋଇଛି ଏବଂ ପରେ ଅନ୍ୟଜଣଙ୍କର ପୁଅ ହୋଇଥିବା ତାଙ୍କୁ ବୁଝାଇଥିଲେ। କିନ୍ତୁ ଏହାକୁ  ଗ୍ରହଣ କରି ନଥିଲେ ପ୍ରାଣକୃଷ୍ଣ।ତାଙ୍କର ପୁଅ ହୋଇଛି, ଡାକ୍ତର ତଞ୍ଚକତା କରି ଶିଶୁ ବଦଳାଇ ଦେଇଥିବା କ୍ୟାପିଟାଲ ହସ୍ପିଟାଲ ନି‌ର୍ଦ୍ଦେଶକଙ୍କ ନିକଟରେ ଅଭି‌ଯୋଗ କରିଥିଲେ। ଅଧୀକ୍ଷକଙ୍କ ନେତୃତ୍ବରେ ଏକ କମିଟି ଗଠନ କରି ନି‌ର୍ଦ୍ଦେଶକ ମାମଲାର ତଦନ୍ତ କରାଇଥିଲେ।

Leave A Reply

Your email address will not be published.