ପ୍ରମୁଖ ଖବର

୮ଟି ବିଧାନସଭା କ୍ଷେତ୍ର ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା: ଖୋର୍ଦ୍ଧାରୁ ପ୍ରଶାନ୍ତ, ସାଲେପୁରରୁ ଲଢ଼ିବେ ଅରିନ୍ଦମ
କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ ନାୟକ
କେନ୍ଦୁଝର ଜିଲ୍ଲା ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ଓ ବାସୁଦେବପୁରରୁ ବାଣିକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି
ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଆଉ ରହିଲା ୩
ଭୋଗରାଇରୁ ପ୍ରାର୍ଥୀ ହେଲେ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରାର୍ଥୀ ହେଲେ ପ୍ରଦୀପ ସାହୁ
ଜଳୁଛି ଉତ୍ତରାଖଣ୍ଡ ଜଙ୍ଗଲ, ବାୟୂସେନାର ସାହାଯ୍ୟ ନେଲା ପ୍ରଶାସନ
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି
୪୨ ଡିଗ୍ରି ଉପରେ ୫ ସହର, ଭୁବନେଶ୍ବରରେ ତାପମାତ୍ରା ୪୪.୬ଡିଗ୍ରି ରେକର୍ଡ
୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି
ଲୁଣା ନଦୀରେ ଅଘଟଣ; ବୁଡିଗଲେ ଦୁଇ ସାଙ୍ଗ, ଜଣେ ଉଦ୍ଧାର
ପୁରୀରେ ବ୍ୟାପିଲା ଝାଡ଼ାବାନ୍ତି, ଗଲାଣି ୨ ଜୀବନ

ବସ୍ ଓଲଟି କ୍ରୀଡା ଶିକ୍ଷକଙ୍କ ମୃତ୍ୟୁ, ୨୦ ଛାତ୍ରଛାତ୍ରୀ ଆହତ

0

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡିରେ ଘଟିଛି ବଡ ଧରଣର ବସ୍ ଦୁର୍ଘଟଣା । ଚନ୍ଦାହାଣ୍ଡିରେ ଜିଲ୍ଲାସ୍ତରୀୟ କ୍ରୀଡ଼ାରେ ଯୋଗ ଦେବାକୁ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ଘାଟିରେ ବସଟି ଓଲଟି ପଡିଥିଲା । ଏଥିରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ଏଥିସହ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବସରେ ଥିଲେ ଦୁଇଟି ସ୍କୁଲର ୪୦ରୁ ଅଧିକ ଛାତ୍ରଛାତ୍ରୀ । ଖବର ପାଇ ଘଟଣାସ୍ଥଳରେକୁ ଝରିଗାଁ ଓ ଚନ୍ଦାହାଣ୍ଡିର ୨ଟି ଅଗ୍ନିଶମ ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ଉଲ୍ଲେଖଯୋଗ୍ୟ, ଚ଼ନ୍ଦାହାଣ୍ଡି ବ୍ଲକରେ ଜିଲ୍ଲା ସ୍ତରୀୟ କ୍ରୀଡ଼ା ଉତ୍ସବ ପାଳନ ହେଉଥିଲା। ଆଜି ସକାଳେ ଉମରକୋଟର ଶିକ୍ଷକଶିକ୍ଷୟତ୍ରୀମାନେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀମାନଙ୍କ ନେଇ ଏକ ବସ୍‌ ଯୋଗେ ଚ଼ନ୍ଦାହାଣ୍ଡି ନେଇ ଯାଉଥିଲା। ଚ଼ନ୍ଦାହାଣ୍ଡି ଘାଟିରେ ବସ୍‌ଟି ତଳକୁ ଗଡୁଥିବା ସମୟରେ  ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିଲା ବେଳେ ସ୍ୱାମୀ ବିବେକାନନ୍ଦ ହାଇସ୍କୁଲର ପିଇଟି ଶିକ୍ଷକଙ୍କର ମୃତ୍ୟୁ ଘଟିଥିଲା।   

ଆହତମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଝରି ଗାଁରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସମସ୍ତ ଛାତ୍ରଛାତ୍ରୀ ସୁସ୍ଥ ଥିବା ଜଣାପଡ଼ିଛି।  ଝରି ଗାଁ ପୁଲିସ ଘଟଣାର ତଦନ୍ତ କରିବା ସହ ତଦନ୍ତ କରୁଛି। ବସ୍‌ରେ ୪୦ ଜଣ ଛାତ୍ରଛାତ୍ରୀ ଥିଲେ।

Leave A Reply

Your email address will not be published.