ପ୍ରମୁଖ ଖବର

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: କାକଟପୁରରୁ ପ୍ରାର୍ଥୀ ହେଲେ ବିଶ୍ବଭୂଷଣ ଦାସ, ବିଜେପିରୁ ଟିକେଟ ନମିଳିବାରୁ କଂଗ୍ରେସରେ ସାମିଲ ହୋଇଥିଲେ
ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ
ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆଜି ମହାପ୍ରଭୁଙ୍କ ବଳି ବାମନ ବେଶ

0

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳି ବାମନ ବେଶ ଅନୁଷ୍ଠିତ ହେବ। ବାମନ ବେଶରେ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବାକୁ ଥିବା ବେଳେ ବଡ଼ଭାଇ ଶ୍ରୀବଳଭଦ୍ର ବଳି ରାଜ ବେଶ ଧାରଣ କରିବା ସହ ଦେବୀ ସୁଭଦ୍ରା ରାଜା ବଳିଙ୍କ ପତ୍ନୀ ବିନ୍ଧ୍ୟା ବଳି ବେଶରେ ସଜ୍ଜିତ ହେବେ। ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦ୍ବିପ୍ରହର ଧୂପ ବଢିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ବାମନ ବେଶରେ ସଜ୍ଜିତ କରାଯିବ। ଏହି ବେଶ ଦେଖିବା ପାଇଁ ଭକ୍ତମାନଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି

ବଡ଼ସିଂହାର ବେଶ ପର୍ଯ୍ୟନ୍ତ ଏହି ବେଶ ରହିବାକୁ ଥିବା ବେଳେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସ୍ୱର୍ଣ୍ଣ ଅଳଙ୍କାର ବିଭୂଷିତ କରାଯିବ । ମହାପ୍ରଭୁ ବିଷ୍ଣୁ ପଞ୍ଚମ ଅବତାରରେ ବାମନ ରୂପ ନେଇ ବଳି ମହାରାଜାଙ୍କୁ ପାତାଳରେ ଚାପି ଦେଇଥିଲେ। ମହାପ୍ରଭୁଙ୍କ ଦଶ ଅବତାର ମଧ୍ୟରୁ ପଞ୍ଚମ ଅବତାର ହେଉଛି ବାମନ ଅବତାର । ଏହି ବେଶ ରମଣିୟ ହୋଇଥିବା ବେଳେ ପୁଷ୍ପାଳକ ଓ ସିଂହାରୀ ସେବକ ମହାପ୍ରଭୁଙ୍କୁ ଏହି ବେଶରେ ବିଭୂଷିତ କରିବେ।

Leave A Reply

Your email address will not be published.