ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ

0

ଭୁବନେଶ୍ୱର, ସେପ୍ଟେମ୍ବର ୨୭ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) ପକ୍ଷରୁ ବୁଧବାର ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ ହୋଇଯାଇଛି । ଚଳିତ ବର୍ଷ ବିଶ୍ୱ ପର୍ଯ୍ୟଟନ ଦିବସର ବିଷୟବସ୍ତୁ ଥିଲା “ପର୍ଯ୍ୟଟନ ଏବଂ ସବୁଜ ନିବେଶ” । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ସ୍ଥିତ ଆଇଟିଆଇର ଅଧ୍ୟକ୍ଷା ଇଞ୍ଜିନିୟର ଜୀତାମିତ୍ରା ଶତପଥୀ ବିଶ୍ୱ ପର୍ଯ୍ୟଟନ ଦିବସର ମହତ୍ୱ ବିଷୟରେ ଆଲୋକପାତ କରିଥିଲେ । ପରିବେଶକୁ ସୁରକ୍ଷିତ ରଖିବା ଦିଗରେ ଆମେ ସମସ୍ତେ ଯତ୍ନବାନ ହେବା ଉଚିତ୍ ବୋଲି ସେ କହିଥିଲେ ।

ଚଳିତବର୍ଷର ବିଷୟବସ୍ତୁ ସମ୍ପର୍କରେ ଆଲୋକପାତ କରି ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ କୁମାର ଚଇନି ଏହା ପର୍ଯ୍ୟଟନକୁ ଅଧିକ ସ୍ଥାୟୀ ଏବଂ ପରିବେଶ ଅନୁକୂଳ କରିବା ଉପରେ ଗୁରୁତ୍ୱ ଦେବ ବୋଲି ନିଜର ସ୍ୱାଗତ ଭାଷଣରେ କହିଥିଲେ । ଅନ୍ୟ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ଓଡ଼ିଶା ପର୍ଯ୍ୟଟନ ବିଭାଗର ଓଏସ୍‌ଡି ଶ୍ରୀ ଅଂଶୁମାନ ରଥ ବ୍ୟସ୍ତବହୁଳ ଜୀବନ ମଧ୍ୟରେ ଆମେ ସମସ୍ତେ ଭ୍ରମଣ କରିବା ଉଚିତ୍ । ଭ୍ରମଣ ଦ୍ୱାରା ମଣିଷ ଆନନ୍ଦଲାଭ କରିଥାଏ ଏବଂ ନିଜର ସ୍ମୃତିକୁ ସାଉଁଟି ପାରିଥାଏ ବୋଲି ସେ କହିଥିଲେ ।

ଚଳିତବର୍ଷର ବିଶ୍ୱ ପର୍ଯ୍ୟଟନ ଦିବସର ବିଷୟବସ୍ତୁ ଉପରେ ଗୁରୁତ୍ୱ ଦେଇ ଶ୍ରୀ ରଥ ଯୁବପିଢ଼ିଙ୍କୁ ସବୁଜ ପରିବେଶର ମହତ୍ୱ ବିଷୟରେ ଆଲୋକପାତ କରିଥିଲେ । ଏହି ଅବସରରେ ବିଭିନ୍ନ ସ୍କୁଲ୍ ଓ କଲେଜ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ହୋଇଥିବା ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି ଅବସରରେ ଏସ୍‌ଏଚ୍‌ଏମ୍‌ର ପ୍ରଫେସର ସସ୍ମିତା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.