ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ

0

ଭୁବନେଶ୍ୱର, ସେପ୍ଟେମ୍ବର ୨୭ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) ପକ୍ଷରୁ ବୁଧବାର ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ ହୋଇଯାଇଛି । ଚଳିତ ବର୍ଷ ବିଶ୍ୱ ପର୍ଯ୍ୟଟନ ଦିବସର ବିଷୟବସ୍ତୁ ଥିଲା “ପର୍ଯ୍ୟଟନ ଏବଂ ସବୁଜ ନିବେଶ” । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ସ୍ଥିତ ଆଇଟିଆଇର ଅଧ୍ୟକ୍ଷା ଇଞ୍ଜିନିୟର ଜୀତାମିତ୍ରା ଶତପଥୀ ବିଶ୍ୱ ପର୍ଯ୍ୟଟନ ଦିବସର ମହତ୍ୱ ବିଷୟରେ ଆଲୋକପାତ କରିଥିଲେ । ପରିବେଶକୁ ସୁରକ୍ଷିତ ରଖିବା ଦିଗରେ ଆମେ ସମସ୍ତେ ଯତ୍ନବାନ ହେବା ଉଚିତ୍ ବୋଲି ସେ କହିଥିଲେ ।

ଚଳିତବର୍ଷର ବିଷୟବସ୍ତୁ ସମ୍ପର୍କରେ ଆଲୋକପାତ କରି ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ କୁମାର ଚଇନି ଏହା ପର୍ଯ୍ୟଟନକୁ ଅଧିକ ସ୍ଥାୟୀ ଏବଂ ପରିବେଶ ଅନୁକୂଳ କରିବା ଉପରେ ଗୁରୁତ୍ୱ ଦେବ ବୋଲି ନିଜର ସ୍ୱାଗତ ଭାଷଣରେ କହିଥିଲେ । ଅନ୍ୟ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ଓଡ଼ିଶା ପର୍ଯ୍ୟଟନ ବିଭାଗର ଓଏସ୍‌ଡି ଶ୍ରୀ ଅଂଶୁମାନ ରଥ ବ୍ୟସ୍ତବହୁଳ ଜୀବନ ମଧ୍ୟରେ ଆମେ ସମସ୍ତେ ଭ୍ରମଣ କରିବା ଉଚିତ୍ । ଭ୍ରମଣ ଦ୍ୱାରା ମଣିଷ ଆନନ୍ଦଲାଭ କରିଥାଏ ଏବଂ ନିଜର ସ୍ମୃତିକୁ ସାଉଁଟି ପାରିଥାଏ ବୋଲି ସେ କହିଥିଲେ ।

ଚଳିତବର୍ଷର ବିଶ୍ୱ ପର୍ଯ୍ୟଟନ ଦିବସର ବିଷୟବସ୍ତୁ ଉପରେ ଗୁରୁତ୍ୱ ଦେଇ ଶ୍ରୀ ରଥ ଯୁବପିଢ଼ିଙ୍କୁ ସବୁଜ ପରିବେଶର ମହତ୍ୱ ବିଷୟରେ ଆଲୋକପାତ କରିଥିଲେ । ଏହି ଅବସରରେ ବିଭିନ୍ନ ସ୍କୁଲ୍ ଓ କଲେଜ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ହୋଇଥିବା ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି ଅବସରରେ ଏସ୍‌ଏଚ୍‌ଏମ୍‌ର ପ୍ରଫେସର ସସ୍ମିତା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.