ପ୍ରମୁଖ ଖବର

କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ

ଦୁଇ ବିଜେପି ବିଧାୟକ ମୋହନ ଏବଂ ମୁକେଶ ନିଲମ୍ବିତ

0

ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନର ଗୃହ କାର୍ଯ୍ୟ ଜାରି ଥିବା ବେଳେ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ପୋଡ଼ିୟମକୁ ବିଜେପିର ବିଧାୟକମାନେ ହୋହାଲ୍ଲା କରିବା ସହିତ ଡାଲି ଫିଙ୍ଗିଛନ୍ତି। ଏହି ଘଟଣା ନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ବିଧାୟକ ମୋନହ ଚରଣ ମାଝୀ ଓ ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ ନିଲମ୍ବିତ ହୋଇଛନ୍ତି। ଏଥି ସହିତ ବାଚସ୍ପତି ଗୃହକୁ ଆସନ୍ତା ୩୦ ତାରିଖ ଯାଏଁ ମୁଲତବୀ ରଖିଛନ୍ତି।

ସୂଚନାଯୋଗ୍ୟ, ଆଜି ବିଧାନ ସଭାର ଗୃହ କାର୍ଯ୍ୟ ଚାଲୁଥିବା ବେଳେ ଦୁଇ ବିଜେପି ବିଧାୟକ ବାଚସ୍ପତିଙ୍କ ପୋଡିୟମ୍ ଉପରକୁ ଡ଼ାଲି ଫୋପାଡିଥିଲେ । ଏହାପରେ ଗୃହ ମଧ୍ୟଭାଗରେ ବିଜେପି ବିଧାୟକ ହୋହଲ୍ଲା କରିଥିଲେ । ଡାଲି ଫିଙ୍ଗିଥିବା ଦୁଇ ବିଧାୟକଙ୍କୁ ନିଲମ୍ବନ କରିବାକୁ ପ୍ରସ୍ତାବ ଆସିଥିଲା । ଆଉ ଏହି ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି । ଏପରି ଆଚରଣକୁ ନେଇ ବିଧାନସଭାରୁ ଦୁଇ ବିଜେପି ବିଧାୟକଙ୍କୁ ନିଲମ୍ବିତ କରିଛନ୍ତି ବାଚସ୍ପତି ।

ଦୁଇଜଣ ବିଜେପି ବିଧାୟକ ମୋହନ ମାଝୀ ଏବଂ ମୁକେଶ ମହାଲିଙ୍ଗ ନିଲମ୍ବିତ । ଏଭଳି ଘଟଣାକୁ ନେଇ ସବୁ ମହଲରେ ନିନ୍ଦା କରାଯାଉଛି କାରଣ ଗୋଟିଏ ପଟେ ଶାସକଦଳର ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ବାଚସ୍ପତିଙ୍କୁ ସ୍ଥାନଦେଇ ଇତିହାସ ଲେଖୁଥିବା ବେଳେ ଅନ୍ୟପଟେ ବିରୋଧୀ ବିଜେପି ମହିଳା ବାଚସ୍ପତିଙ୍କୁ ଅସମ୍ମାନ କରିଛନ୍ତି ।

Leave A Reply

Your email address will not be published.