ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବଙ୍ଗୋପସାଗରରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା

0

ଭୁବନେଶ୍ୱର: ମ୍ୟାଁମାର – ଥାଇଲାଣ୍ଡ ଉପକୂଳ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଂଟା ମଧ୍ୟରେ ବାଂଲାଦେଶ ଉପକୂଳ ମୁହାଁ ହେବା ସହ ଉତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପର ରୂପ ନେଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି ।

ଏହି ଲଘୁଚାପ ସେପ୍ଟେମ୍ବର ୩୦ କିମ୍ବା ଅକ୍ଟୋବର ୧ ରେ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଆଡକୁ ମୁହାଁଇବ ବୋଲି ସିଇସିର ଏକ ବୁଲେଟିନ୍‌ରେ କୁହାଯାଇଛି । ଏହାର ପ୍ରଭାବରେ ଶୁକ୍ରବାର ଅପରାହ୍ଣରୁ ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଯାଜଯୁର, ଭଦ୍ରକ, ଅନୁଗୁଳ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନ୍‌ପୁର, ବଉଦ ଓ ବଲାଙ୍ଗିର ଭଳି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବୁଲେଟିନ୍ ଜଣାଇଛି ।

ସେହିପରି ଅକ୍ଟୋବର ୨ ଏବଂ ୩ ତାରିଖରେ ଓଡ଼ିଶାର ବିଭିନ୍ନ ଜିଲ୍ଲା ଯେପରିକି କୋରାପୁଟ, ମାଲକାଗିରି, ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୟାଗଡ଼ ଏବଂ ପଡ଼ୋଶୀ ରାଜ୍ୟ ଛତିଶଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପୁଣି ଅକ୍ଟୋବର ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଉତର ଓଡ଼ିଶା, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି ।

ବୁଲେଟିନ୍ ଅନୁଯାୟୀ ଦେଶରେ ଏହା ପରେ ମୌସୁମୀ ବିଦାୟ ନେଇପାରେ । ପ୍ରାରମ୍ଭିକ ତଥ୍ୟ ଅନୁଯାୟୀ ମୌସୁମୀ ଅକ୍ଟୋବର ୧୩ ରୁ ୧୬ ତାରିଖ ମଧ୍ୟରେ ପୂର୍ବ ଭାରତରୁ ଫେରିଯିବ ବୋଲି ଜଣାପଡ଼ୁଛି ବୋଲି ବୁଲେଟିନ୍‌ରେ କୁହାଯାଇଛି ।

Leave A Reply

Your email address will not be published.