ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ବଙ୍ଗୋପସାଗରରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା

0

ଭୁବନେଶ୍ୱର: ମ୍ୟାଁମାର – ଥାଇଲାଣ୍ଡ ଉପକୂଳ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଂଟା ମଧ୍ୟରେ ବାଂଲାଦେଶ ଉପକୂଳ ମୁହାଁ ହେବା ସହ ଉତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପର ରୂପ ନେଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି ।

ଏହି ଲଘୁଚାପ ସେପ୍ଟେମ୍ବର ୩୦ କିମ୍ବା ଅକ୍ଟୋବର ୧ ରେ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଆଡକୁ ମୁହାଁଇବ ବୋଲି ସିଇସିର ଏକ ବୁଲେଟିନ୍‌ରେ କୁହାଯାଇଛି । ଏହାର ପ୍ରଭାବରେ ଶୁକ୍ରବାର ଅପରାହ୍ଣରୁ ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଯାଜଯୁର, ଭଦ୍ରକ, ଅନୁଗୁଳ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନ୍‌ପୁର, ବଉଦ ଓ ବଲାଙ୍ଗିର ଭଳି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବୁଲେଟିନ୍ ଜଣାଇଛି ।

ସେହିପରି ଅକ୍ଟୋବର ୨ ଏବଂ ୩ ତାରିଖରେ ଓଡ଼ିଶାର ବିଭିନ୍ନ ଜିଲ୍ଲା ଯେପରିକି କୋରାପୁଟ, ମାଲକାଗିରି, ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୟାଗଡ଼ ଏବଂ ପଡ଼ୋଶୀ ରାଜ୍ୟ ଛତିଶଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପୁଣି ଅକ୍ଟୋବର ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଉତର ଓଡ଼ିଶା, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି ।

ବୁଲେଟିନ୍ ଅନୁଯାୟୀ ଦେଶରେ ଏହା ପରେ ମୌସୁମୀ ବିଦାୟ ନେଇପାରେ । ପ୍ରାରମ୍ଭିକ ତଥ୍ୟ ଅନୁଯାୟୀ ମୌସୁମୀ ଅକ୍ଟୋବର ୧୩ ରୁ ୧୬ ତାରିଖ ମଧ୍ୟରେ ପୂର୍ବ ଭାରତରୁ ଫେରିଯିବ ବୋଲି ଜଣାପଡ଼ୁଛି ବୋଲି ବୁଲେଟିନ୍‌ରେ କୁହାଯାଇଛି ।

Leave A Reply

Your email address will not be published.