ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଆଇନରେ ପରିଣତ ହେଲା ମହିଳା ସଂରକ୍ଷଣ ବିଲ୍

0

ନୂଆଦିଲ୍ଲୀ: ଆଇନରେ ପରିଣତ ହୋଇଛି ମହିଳା ସଂରକ୍ଷଣ ବିଲ୍। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୋହର ପରେ ସଂସଦରେ ପାରିତ ହୋଇଥିବା ଐତିହାସିକ ମହିଳା ସଂରକ୍ଷିତ ବିଲ୍‌ ଆଜି ଆଇନରେ ପରିଣତ ହୋଇ ଯାଇଛି। ସର୍ବସମ୍ମତିକ୍ରମରେ ମହିଳା ସଂରକ୍ଷଣ ବିଲ୍‌ ବା ନାରୀ ଶକ୍ତି ବନ୍ଦନ ଅଧିନିୟମ ଉଭୟ ଲୋକସଭା ଓ ରାଜ୍ୟସଭାରେ ପାରିତ ହୋଇଥିଲା।

ମହିଳା ସଂରକ୍ଷଣ ବିଲକୁ ପାରିତ କରିବା ପାଇଁ କେନ୍ଦ୍ର ସରକାର ସ୍ୱତନ୍ତ୍ର ଅଧିବେଶନ ମଧ୍ୟ ଡାକିଥିଲେ। ସଂସଦର ନୂଆ ବିଲଡିଂରେ ପ୍ରଥମ ବିଲ୍ ଭାବେ ଏହାକୁ ଆଗତ କରାଯାଇଥିଲା। ଉଭୟ ସଦନରେ ଏହା ଉପରେ ୧୫୦ରୁ ଅଧିକ ସଦସ୍ୟ ନିଜର ମତ ରଖିଥିଲେ। ଏହାପରେ ଏହି ବିଲ୍‌ ପାରିତ ହୋଇଥିଲା।

ଏହି ଆଇନ କାର୍ଯ୍ୟକାରୀ ହେବା ପରେ ଲୋକସଭା ତଥା ରାଜ୍ୟସଭାରେ ମହିଳାମାନେ ୩୩ପ୍ରତିଶତ ସଂରକ୍ଷଣ ପାଇବେ। ସଂସଦରେ ଏହି ବିଲ୍ ପାରିତ ହେବାପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଥିଲେ ଯେ, ଲିଙ୍ଗଗତ ନ୍ୟାୟ ପାଇଁ ଏହା ଆମ ସମୟର ସବୁଠାରୁ ପରିବର୍ତ୍ତନଶୀଳ ବିପ୍ଳବ ହେବ। ତେବେ ଏହି ବିଲ୍ ଆଇନରେ ପରିଣତ ହୋଇଥିଲେ ବି ୨୦୨୬ ପରେ ଜନଗଣନା ଏବଂ ପରବର୍ତ୍ତୀ ସୀମା ପୁନଃନିର୍ଦ୍ଧାରଣ ପ୍ରକ୍ରିୟା ପରେ ହିଁ କାର୍ଯ୍ୟକାରୀ ହେବ ।

Leave A Reply

Your email address will not be published.