ପ୍ରମୁଖ ଖବର

ମହାକୁମ୍ଭ ବୁଲାଇବାକୁ ନେଇ ପତ୍ନୀଙ୍କୁ ହତ୍ୟା କଲେ ସ୍ୱାମୀ
ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି
ମହାକୁମ୍ଭରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଗୁଣାବତ୍ତା ପରୀକ୍ଷାରେ ଫେଲ୍ ମାରିଲା ୮୪ଟି ମେଡିସିନ୍
ନବରଙ୍ଗପୁର ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ
ଆତିଶୀ ହେବେ ଦିଲ୍ଲୀ ବିଧାନସଭାର ପ୍ରଥମ ମହିଳା ବିରୋଧୀ ଦଳ ନେତା
ଢ଼େଙ୍କାନାଳ: ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା

ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0
  • ସେପ୍ଟେମ୍ବର ୩୦ ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ରାଜ୍ୟ ସାରା ବୁଲିବ ୩୪ଟି ସାଇବର ସୁରକ୍ଷା ରଥ
  • ବାଣ୍ଟିବ ସଚେତନତାର ମନ୍ତ୍ର ସତର୍କ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମରେ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି। ୩୪ଟି ସାଇବର ସୁରକ୍ଷା ରଥ ଆଜିଠାରୁ ସାରା ରାଜ୍ୟର ବିଭିନ୍ନ ସ୍କୁଲ, କଲେଜ ଓ ପଞ୍ଚାୟତ ଆଦି ଭ୍ରମଣ କରି ସାଇବର ସୁରକ୍ଷା ସଂପର୍କରେ ସଚେତନାର ବାର୍ତ୍ତା ପ୍ରଦାନ କରିବ।

ସୂଚନାଯୋଗ୍ୟ ଯେ ଗତ କିଛି ବର୍ଷ ମଧ୍ୟରେ ସାରା ଦେଶ ଓ ରାଜ୍ୟରେ ସାଇବର ଅପରାଧର ମାତ୍ରା ଚିନ୍ତାଜନକ ଭାବେ ବୃଦ୍ଧି ପାଇଛି । ସଚେତନତା ଓ ସତର୍କତା ଏହାକୁ ରୋକିବାର ଏକ ପ୍ରମୁଖ ଉପାୟ । ତେଣୁ ସାରା ରାଜ୍ୟରେ ସବୁ ସ୍ତରରେ ଏ ସଂପର୍କରେ ସଚେତନତା ଆଣିବା ପାଇଁ ଏହି ଅଭିଯାନ ଆରମ୍ଭ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ସତର୍କ ଓ ସୁରକ୍ଷିତ ରହିବାକୁ ଆହ୍ବାନ ଦେଇଛନ୍ତି ।

ଏହି ଅବସରରେ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା, ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, ଭୁବନେଶ୍ବରର ଦୁଇ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଶ୍ରୀ ସୁଷାନ୍ତ ରାଉତ, ମେୟର ଶ୍ରୀମତୀ ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ଜେନା, ଡିଜିପି ଶ୍ରୀ ସୁନିଲ କୁମାର ବଂଶଲ ପ୍ରମୁଖ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଏହି ଅଭିଯାନରେ ଜିଲ୍ଲା ପ୍ରଶାସନ ତରଫରୁ ସାଇବର ସୁରକ୍ଷା ରଥକୁ (cyber safety awareness Rath) ସ୍ବାଗତ କରାଯିବ। ପ୍ରତିଦିନ ଅତି କମ୍ ରେ ଦୁଇଟି ଶିକ୍ଷାନୁଷ୍ଠାନରେ ସଚେତନତା କାର୍ଯ୍ୟକ୍ରମ କରାଯିବ। ଏହାସହ ବ୍ଲକ୍‌ ଓ ପୋଲିସ ଷ୍ଟେସନ ଅଞ୍ଚଳରେ ଥିବା ବିଭିନ୍ନ ଜନଗହଳି ସ୍ଥାନଗୁଡିକରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯିବ। ସ୍କୁଲ ଓ କଲେଜ ଗୁଡିକରେ ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ କୁଇଜ ପ୍ରତିଯୋଗୀତା କରାଯିବ।

ଅକ୍ଟୋବର ୮ ତାରିଖ ସକାଳେ ବିଭିନ୍ନ ସହରାଞ୍ଚଳରେ Mini Marathon ଆୟୋଜନ କରାଯିବ। ୧୪ ତାରିଖ ଦିନ ବରିଷ୍ଠ ନାଗରିକ ମାନଙ୍କୁ ସଚେତନ କରିବାକୁ evening walk କାର୍ଯ୍ୟକ୍ରମ ଆୟୋଜନ କରାଯିବ। ୧୫ ତାରିଖ ରେ ଉଦଯାପନୀ ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ଜିଲ୍ଲା ପ୍ରଶାସନର ଅଧିକାରୀ ମାନଙ୍କ ସହିତ ପଦ୍ମ ପୁରସ୍କାରପ୍ରାପ୍ତ ବିଶିଷ୍ଟ ବ୍ୟକ୍ତିଗଣ, ସ୍ବାଧୀନତା ସଂଗ୍ରାମୀ ମାନେ ଉପସ୍ଥିତ ରହିବେ।

Leave A Reply

Your email address will not be published.