ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0
  • ସେପ୍ଟେମ୍ବର ୩୦ ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ରାଜ୍ୟ ସାରା ବୁଲିବ ୩୪ଟି ସାଇବର ସୁରକ୍ଷା ରଥ
  • ବାଣ୍ଟିବ ସଚେତନତାର ମନ୍ତ୍ର ସତର୍କ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମରେ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି। ୩୪ଟି ସାଇବର ସୁରକ୍ଷା ରଥ ଆଜିଠାରୁ ସାରା ରାଜ୍ୟର ବିଭିନ୍ନ ସ୍କୁଲ, କଲେଜ ଓ ପଞ୍ଚାୟତ ଆଦି ଭ୍ରମଣ କରି ସାଇବର ସୁରକ୍ଷା ସଂପର୍କରେ ସଚେତନାର ବାର୍ତ୍ତା ପ୍ରଦାନ କରିବ।

ସୂଚନାଯୋଗ୍ୟ ଯେ ଗତ କିଛି ବର୍ଷ ମଧ୍ୟରେ ସାରା ଦେଶ ଓ ରାଜ୍ୟରେ ସାଇବର ଅପରାଧର ମାତ୍ରା ଚିନ୍ତାଜନକ ଭାବେ ବୃଦ୍ଧି ପାଇଛି । ସଚେତନତା ଓ ସତର୍କତା ଏହାକୁ ରୋକିବାର ଏକ ପ୍ରମୁଖ ଉପାୟ । ତେଣୁ ସାରା ରାଜ୍ୟରେ ସବୁ ସ୍ତରରେ ଏ ସଂପର୍କରେ ସଚେତନତା ଆଣିବା ପାଇଁ ଏହି ଅଭିଯାନ ଆରମ୍ଭ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ସତର୍କ ଓ ସୁରକ୍ଷିତ ରହିବାକୁ ଆହ୍ବାନ ଦେଇଛନ୍ତି ।

ଏହି ଅବସରରେ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା, ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, ଭୁବନେଶ୍ବରର ଦୁଇ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଶ୍ରୀ ସୁଷାନ୍ତ ରାଉତ, ମେୟର ଶ୍ରୀମତୀ ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ଜେନା, ଡିଜିପି ଶ୍ରୀ ସୁନିଲ କୁମାର ବଂଶଲ ପ୍ରମୁଖ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଏହି ଅଭିଯାନରେ ଜିଲ୍ଲା ପ୍ରଶାସନ ତରଫରୁ ସାଇବର ସୁରକ୍ଷା ରଥକୁ (cyber safety awareness Rath) ସ୍ବାଗତ କରାଯିବ। ପ୍ରତିଦିନ ଅତି କମ୍ ରେ ଦୁଇଟି ଶିକ୍ଷାନୁଷ୍ଠାନରେ ସଚେତନତା କାର୍ଯ୍ୟକ୍ରମ କରାଯିବ। ଏହାସହ ବ୍ଲକ୍‌ ଓ ପୋଲିସ ଷ୍ଟେସନ ଅଞ୍ଚଳରେ ଥିବା ବିଭିନ୍ନ ଜନଗହଳି ସ୍ଥାନଗୁଡିକରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯିବ। ସ୍କୁଲ ଓ କଲେଜ ଗୁଡିକରେ ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ କୁଇଜ ପ୍ରତିଯୋଗୀତା କରାଯିବ।

ଅକ୍ଟୋବର ୮ ତାରିଖ ସକାଳେ ବିଭିନ୍ନ ସହରାଞ୍ଚଳରେ Mini Marathon ଆୟୋଜନ କରାଯିବ। ୧୪ ତାରିଖ ଦିନ ବରିଷ୍ଠ ନାଗରିକ ମାନଙ୍କୁ ସଚେତନ କରିବାକୁ evening walk କାର୍ଯ୍ୟକ୍ରମ ଆୟୋଜନ କରାଯିବ। ୧୫ ତାରିଖ ରେ ଉଦଯାପନୀ ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ଜିଲ୍ଲା ପ୍ରଶାସନର ଅଧିକାରୀ ମାନଙ୍କ ସହିତ ପଦ୍ମ ପୁରସ୍କାରପ୍ରାପ୍ତ ବିଶିଷ୍ଟ ବ୍ୟକ୍ତିଗଣ, ସ୍ବାଧୀନତା ସଂଗ୍ରାମୀ ମାନେ ଉପସ୍ଥିତ ରହିବେ।

Leave A Reply

Your email address will not be published.