ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍

0

ବରଗଡ଼: ସ୍କ୍ରବ୍ ଟାଇଫସରେ ପୁଣି ଜଣଙ୍କର ମୃତ୍ୟୁ। ବରଗଡ଼ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି। ମୃତ ବ୍ୟକ୍ତି ଜଣକ ସୋହେଲା ଅଞ୍ଚଳର ଜଣେ ୪୮ ବର୍ଷୀୟ ବ୍ୟକ୍ତି। ବେସରକାରୀ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ବରଗଡ଼ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ସାଧୁ ଚରଣ ଦାଶ ସୂଚନା ଦେଇଛନ୍ତି ।

ବରଗଡ଼ରେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ବିଭାଗର ୬ ଜଣିଆ ଟିମ୍‌ର ସ୍ଥିତି ଯାଞ୍ଚ କରୁଛନ୍ତି। ସ୍କ୍ରବ୍ ଟାଇଫସ୍ ର ସ୍ଥିତି ନେଇ ପ୍ରଥମେ ବୁର୍ଲା ଭୀମସାରରୁ ଡାକ୍ତରୀ ଟିମ୍ ବରଗଡ଼ ଆସିଥିଲେ ପରେ ଓଡ଼ିଶା ଜନସ୍ବାସ୍ଥ୍ୟ ବିଭାଗର ତିନି ଜଣିଆ ଟିମ୍ ଆସିଥିବା ବେଳେ, ଆଜି କେନ୍ଦ୍ରୀୟ ଟିମ୍ ପ୍ରଥମେ ସୁନ୍ଦରଗଡ଼ ଓ ଏବେ ବରଗଡ଼ ପହଞ୍ଚି ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ସହ ଆଲୋଚନା କରୁଛନ୍ତି ।

ସ୍କ୍ରବ୍ ଟାଇଫସ୍ ପଶ୍ଚିମ ଓଡ଼ିଶାରେ କାୟା ବିସ୍ତାର କରୁଥିବାରୁ ଏହାର ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏହି ଟିମ୍ ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ବରଗଡ଼ ଓ ବଲାଙ୍ଗୀର ଜିଲ୍ଲା ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି । ତେବେ ବର୍ତ୍ତମାନ ସୁଦ୍ଧା ବରଗଡ଼ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ରେ ୧୭ ଶହ ୭୫ ଜଣଙ୍କ ଟେଷ୍ଟ କରାଯାଇଥିବା ବେଳେ, ୮୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ବରଗଡ଼ ଜିଲ୍ଲାରେ ୬ ଜଣଙ୍କ ଜୀବନ ନେଇ ସାରିଛି ସ୍କ୍ରବ ଟାଇଫସ। ସେପଟେ ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ ଟାଇଫସ୍ ରେ ଗତ ୨୪ ଘଣ୍ଟାରେ୩ ଜଣ ଚିହ୍ନଟ ହୋଇଛିନ୍ତି । ମୋଟ ଆକ୍ରାନ୍ତଙ୍କ  ସଂଖ୍ୟା ୨୯୫କୁ ବୃଦ୍ଧି ପାଇଛି। 

Leave A Reply

Your email address will not be published.