ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ସୋଆ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଅଭିଯାନ ଆୟୋଜିତ

0

ଭୁବନେଶ୍ୱର, ଅକ୍ଟୋବର ୩: ଭାରତ ସରକାରଙ୍କ ଦ୍ୱାରା ପ୍ରବର୍ତିତ ସ୍ୱଚ୍ଛ ଭାରତ ଅଭିଯାନ, ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରରେ ସୋଆର ଛାତ୍ରଛାତ୍ରୀମାନେ ଖଣ୍ଡଗିରି ପାହାଡରେ ସଫେଇ କାର୍ଯ୍ୟକ୍ରମ ସହିତ ପର୍ଯ୍ୟଟକମାନଙ୍କୁ ସ୍ୱଚ୍ଛତାର ଗୁରୁତ୍ୱ ବିଷୟରେ ବୁଝାଇଥିଲେ ।

ସୋଆ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ସ୍ୱଚ୍ଛତାର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର ଆଉଟରିଚ୍ ମ୍ୟାନେଜର ସୁଜାତା ପାଢୀ, ପ୍ରୋଗ୍ରାମ୍ ଅଫିସର କମଳ ଲୋଚନ ମହନ୍ତ, ରାକେଶ ରୋଶନ ଶତପଥୀ, ସୌର୍ଯ୍ୟ ରଂଜନ ଦାସ, କନକଲତା ଓଝା, ସହକାରୀ ମ୍ୟାନେଜର ଶିବ୍‌ ପଟ୍ଟନାୟକ, ପ୍ରତୀକ ଦାସ ଏବଂ ରାଜଶେଖର ବେହେରା ତଥା ବିଶ୍ୱବିଦ୍ୟାଳୟର ୧୩୦ସ୍ୱେଚ୍ଛାସେବୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.