ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କୁ ଗିରଫ କଲା ଇଡି

0

ନୂଆଦିଲ୍ଲୀ : ଆପ ନେତା ତଥା ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ପରେ ଏବେ ସଞ୍ଜୟ ସିଂଙ୍କୁ ଗିରଫ କରିଛି ଇଡି । ଦିଲ୍ଲୀ ମଦ ନୀତି ମାମଲାରେ ଗିରଫ କରାଯାଇଥିବା କୁହାଯାଉଛି।

ଉଲ୍ଲେଖଯୋଗ୍ୟ, ଆମ୍ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ରାଜ୍ଯସଭା ସାଂସଦ ସଞ୍ଜୟ ସିଂଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚାଲିଥିଲା ରେଡ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସଞ୍ଜୟଙ୍କ ଘରେ ରେଡ କରିଥିଲା ଇଡି । ପୂର୍ବରୁ ଏହି ମାମଲାରେ ସଞ୍ଜୟଙ୍କ ନିକଟତର ଥିବା କେତେକ ବ୍ୟକ୍ତିଙ୍କ ଘରେ ବି ଯାଞ୍ଚ ହୋଇଥିବା ସୂଚନା ମିଳିଛି।

ବହୁଚର୍ଚ୍ଚିତ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଦାଖଲ ହୋଇଥିବା ଚାର୍ଜସିଟରେ ସଞ୍ଜୟଙ୍କ ନାମ ଉଲ୍ଲେଖ ଥିଲା ଏହି ଚାର୍ଜସିଟରେ କୁହାଯାଇଛି ବ୍ୟବସାୟୀ ତଥା ମଦ ଦୁର୍ନୀତି ଅଭିଯୁକ୍ତ ଦିନେଶ ଆରୋରା ଦିଲ୍ଲୀ ମୁଖ୍ଯମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ । ସେଠାରେ ସଞ୍ଜୟ ସିଂ ଉପସ୍ଥିତ ଥିଲେ। ।

Leave A Reply

Your email address will not be published.