ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କୁ ଗିରଫ କଲା ଇଡି

0

ନୂଆଦିଲ୍ଲୀ : ଆପ ନେତା ତଥା ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ପରେ ଏବେ ସଞ୍ଜୟ ସିଂଙ୍କୁ ଗିରଫ କରିଛି ଇଡି । ଦିଲ୍ଲୀ ମଦ ନୀତି ମାମଲାରେ ଗିରଫ କରାଯାଇଥିବା କୁହାଯାଉଛି।

ଉଲ୍ଲେଖଯୋଗ୍ୟ, ଆମ୍ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ରାଜ୍ଯସଭା ସାଂସଦ ସଞ୍ଜୟ ସିଂଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚାଲିଥିଲା ରେଡ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସଞ୍ଜୟଙ୍କ ଘରେ ରେଡ କରିଥିଲା ଇଡି । ପୂର୍ବରୁ ଏହି ମାମଲାରେ ସଞ୍ଜୟଙ୍କ ନିକଟତର ଥିବା କେତେକ ବ୍ୟକ୍ତିଙ୍କ ଘରେ ବି ଯାଞ୍ଚ ହୋଇଥିବା ସୂଚନା ମିଳିଛି।

ବହୁଚର୍ଚ୍ଚିତ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଦାଖଲ ହୋଇଥିବା ଚାର୍ଜସିଟରେ ସଞ୍ଜୟଙ୍କ ନାମ ଉଲ୍ଲେଖ ଥିଲା ଏହି ଚାର୍ଜସିଟରେ କୁହାଯାଇଛି ବ୍ୟବସାୟୀ ତଥା ମଦ ଦୁର୍ନୀତି ଅଭିଯୁକ୍ତ ଦିନେଶ ଆରୋରା ଦିଲ୍ଲୀ ମୁଖ୍ଯମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ । ସେଠାରେ ସଞ୍ଜୟ ସିଂ ଉପସ୍ଥିତ ଥିଲେ। ।

Leave A Reply

Your email address will not be published.