ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ରିପୋର୍ଟ କହିଲା ପୁଅ ନୁହେଁ ହୋଇଥିଲା ଝିଅ

0

ଭୁବନେଶ୍ବର: ରିପୋର୍ଟରୁ ସ୍ପଷ୍ଟ ହେଲା ପୁଅ ନୁହେଁ ହୋଇଥିଲା ଝିଅ । ରାଜଧାନୀ କ୍ୟାପିଟାଲ ମେଡିକାଲରେ ଘଟିଥିବା ଶିଶୁ ଅଦଳବଦଳ ଅଭିଯୋଗ ଘଟଣା ନେଇ ଡିଏନ୍‌ଏ ରିପୋର୍ଟ ଆସିଛି । ଡିଏନ୍‌ଏ ରିପୋର୍ଟରୁ ସ୍ପଷ୍ଟ ହୋଇଛି ଯେ, ଅଭିଯୋଗକାରୀ ପ୍ରାଣକୃଷ୍ଣ ବିଶ୍ବାଳଙ୍କ ପୁଅ ହୋଇ ନଥିଲା । ବରଂ ତାଙ୍କର ଝିଅ ହୋଇଥିଲା ।

ଉଲ୍ଲେଖଯୋଗ୍ୟ; ଗତ ସେପ୍ଟେମ୍ବର ୨୬ ତାରିଖ ଦିନ ରାଜଧାନୀ ଚିକିତ୍ସାଳୟରେ ଶିଶୁ ଅଦଳବଦଳ ଅଭିଯୋଗ ହୋଇଥିଲା । ଏନେଇ ଚାଲିଥିଲା ବିବାଦ। ଝିଅ ହୋଇଥିବାବେଳେ ଭୁଲ ରିପୋର୍ଟ ଦେଇଥିଲେ ଆଟେଣ୍ଡାଣ୍ଟ। ହସ୍ତାନ୍ତର ପରେ ଝିଅ ଦେଖି କ୍ୟାପିଟାଲ ଥାନାରେ ମାମଲା ରୁଜୁ କରିଥିଲେ ପ୍ରାଣକୃଷ୍ଣ। ଡିଏନଏ ଟେଷ୍ଟ ପାଇଁ ସେ ଦାବି କରିଥିଲେ । କାର୍ଯ୍ୟରେ ଅବହେଳା ଦର୍ଶାଇ ମହିଳା ଆଟେଣ୍ଡାଣ୍ଟଙ୍କୁ ନିଲମ୍ବିତ କରିଥିଲେ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ।

ଅଭିଯୋଗ ପରେ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଡିଏନଏ ଟେଷ୍ଟ କରାଯାଇଥିଲା । ଅଭିଯୋଗକାରୀ ପ୍ରାଣକୃଷ୍ଣ ବିଶ୍ବାଳ, ତାଙ୍କ ପତ୍ନୀ ଓ ଶିଶୁର ସାମ୍ପୁଲ ସଂଗ୍ରହ କରାଯାଇଥିଲା। ରିପୋର୍ଟ ଆସିବା ପରେ ସତ ପଦାକୁ ଆସିଛି। ସେପଟେ ଉଭୟ ମାଆ ଓ ଛୁଆ ସୁସ୍ଥ ଥିବା କହିଛନ୍ତି ଡାକ୍ତରୀ ଟିମ୍।

Leave A Reply

Your email address will not be published.