ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ନର୍ଗିସ ମହମ୍ମଦୀଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର

0

ନୂଆଦିଲ୍ଲୀ: ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାର ବିରୋଧରେ ଲଢ଼ିଥିବା ନର୍ଗିସ ମହମ୍ମଦୀଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର। ଇରାନରେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାରର ବି‌ରୋଧ ତଥା ସମସ୍ତଙ୍କ ପାଇଁ ମାନବିକ ଅଧିକାର ଓ ସ୍ୱାଧୀନତାର ପ୍ରଚାର ପାଇଁ କାମ କରିଥିବାରୁ ନର୍ଗିସ ମହମ୍ମଦୀଙ୍କୁ ୨୦୨୩ମସିହାରେ ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରିବାକୁ ନରୱେ ନୋବେଲ କମିଟି ନିଷ୍ପତ୍ତି ନେଇଛି।

ସୂଚନାଯୋଗ୍ୟ, ଏବେ ମଧ୍ୟ ନର୍ଗିସ ଜେଲରେ ଅଛନ୍ତି । ମହିଳାଙ୍କ ଅଧିକାର ପାଇଁ କାମ କରିଥିବାରୁ ତାଙ୍କୁ ୧୩ ଥର ଗିରଫ କରାଯାଇଛି । ସେ ଏବେ ଇରାନର ଏବିନ ଜେଲରେ ୩୧ ବର୍ଷ ପାଇଁ ଦଣ୍ଡ ଭୋଗୁଛନ୍ତି । ତାଙ୍କୁ ୧୫୪ ଥର ଚାବୁକ ମାଡ଼ ପାଇଁ ମଧ୍ୟ ଦଣ୍ଡାଦେଶ ହୋଇଛି । ତେବେ ମହମ୍ମଦି ତାଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପେ ଆଙ୍ଗର୍ ଆୱାର୍ଡ, ଓଲୋଫ୍ ପାଲମେ ପୁରସ୍କାର, ୟୁନେସ୍କୋ / ଗୁଇଲେର୍ମୋ କାନୋ ୱାର୍ଲ୍ଡ ପ୍ରେସ୍ ଫ୍ରିଡମ୍ ଆୱାର୍ଡ ଏବଂ ପେନ୍ / ବାର୍ବି ଫ୍ରିଡମ୍ ଟୁ ରାଇଟ୍ ଆୱାର୍ଡ ଭଳି ପୁରସ୍କାର ସହିତ ଆନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତି ଲାଭ କରିଛନ୍ତି । ତାଙ୍କୁ ବିସିସିଆଇର ୧୦୦ ପ୍ରେରଣାଦାୟକ ଏବଂ ପ୍ରଭାବଶାଳୀ ମହିଳାଙ୍କ ମଧ୍ୟରୁ ଜଣେ ଭାବରେ ନାମିତ କରାଯାଇଥିଲା।

Leave A Reply

Your email address will not be published.