ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭାରତୀୟ ହକି ଟିମର ପ୍ରତି ଖେଳାଳିଙ୍କ ଲାଗି ୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଛନ୍ତି ନବୀନ ପଟ୍ଟନାୟକ

0

ଭୁବନେଶ୍ୱର: ଏସିଆନ ଗେମ୍ସରେ ସ୍ୱର୍ଣ୍ଣ ଜିତିଥିବା ଭାରତୀୟ ହକି ଟିମକୁ ଅଭିନନ୍ଦନ ଜଣାଇବା ସହ ପ୍ରତି ଖୋଳାଳିଙ୍କ ଲାଗି ୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖେଳାଳିଙ୍କ ସହ ଦଳର ଅନ୍ୟ ସପୋର୍ଟ ଷ୍ଟାଫଙ୍କ ଲାଗି ମଧ୍ୟ ୫ ଲକ୍ଷ ଟଙ୍କା ଲେଖାଏଁ ପ୍ରୋତ୍ସାହନ ଅର୍ଥ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପଦକ ବିତରଣ ପରେ ମୁଖ୍ୟମନ୍ତ୍ରୀ ଟିମ ଇଣ୍ଡିଆ ସଦସ୍ୟଙ୍କ ସହ ଭିଡିଓ କଲ କରି କଥା ହୋଇଥିଲେ । ଏହି ଅବସରରେ ଭାରତୀୟ ହକି ଟିମକୁ ଅଭିନନ୍ଦନ ଜଣାଇବା ସହ ଉତ୍ସାହିତ କରିଥିଲେ ।

ସୂଚନାଯୋଗ୍ୟ; ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଥିବାରୁ ମଧ୍ୟ ମୁଖ୍ୟମନ୍ତ୍ରୀ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ୫-ଟି ସଚିବ ଭିକେ ପାଣ୍ଡିଆନ ଦଳକୁ ଅଭିନନ୍ଦନ ଜଣାଇବା ସହ କହିଛନ୍ତି ଭାରତୀୟ ଖେଳାଳି ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟରେ ଚାମ୍ପିଅନ୍ସ ଭଳି ଖେଳିଥିଲେ ଏବଂ ସେମାନେ ସ୍ୱର୍ଣ୍ଣ ପାଇଁ ହକଦାର ଥିଲେ ସେହିପରି କ୍ରୀଡ଼ା ସଚିବ ଭିନୀଲ କ୍ରୀଷ୍ଣା ମଧ୍ୟ ବିଜୟୀ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି।

ଉଲ୍ଲେଖଯୋଗ୍ୟ, ଆଜି ଏସିଆନ ଗେମ୍ସରେ ଫାଇନାଲରେ ଜାପାନକୁ ୫-୧ ଗୋଲରେ ହରାଇ ଭାରତୀୟ ହକି ଦଳ ସ୍ୱର୍ଣ୍ଣ ଜିତିଛି । ଏହି ବିଜୟ ସହ ଭାରତୀୟ ଦଳ ପାରିସ ଅଲିମ୍ପିକ ପାଇଁ ମଧ୍ୟ ଯୋଗ୍ୟତା ଅର୍ଜନ କରିଛି । ପ୍ରକାଶଥାଉକି, ଓଡ଼ିଶା ସରକାର ୨୦୧୮ ମସିହାରୁ ଭାରତୀୟ ହକି ଟିମକୁ ସ୍ପୋନ୍ସର କରିଆସୁଛନ୍ତି । ସେହିପରି ଦୁଇଦୁଇଥର ବିଶ୍ୱକପର ଆୟୋଜନ କରି ହକିକୁ ଏକ ନୂଆ ସ୍ତରକୁ ନେବା ପାଇଁ ପ୍ରୟାସ କରିଥିଲେ ଓଡ଼ିଶା ସରକାର ।

Leave A Reply

Your email address will not be published.