ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଭାରତୀୟ ହକି ଟିମର ପ୍ରତି ଖେଳାଳିଙ୍କ ଲାଗି ୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଛନ୍ତି ନବୀନ ପଟ୍ଟନାୟକ

0

ଭୁବନେଶ୍ୱର: ଏସିଆନ ଗେମ୍ସରେ ସ୍ୱର୍ଣ୍ଣ ଜିତିଥିବା ଭାରତୀୟ ହକି ଟିମକୁ ଅଭିନନ୍ଦନ ଜଣାଇବା ସହ ପ୍ରତି ଖୋଳାଳିଙ୍କ ଲାଗି ୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖେଳାଳିଙ୍କ ସହ ଦଳର ଅନ୍ୟ ସପୋର୍ଟ ଷ୍ଟାଫଙ୍କ ଲାଗି ମଧ୍ୟ ୫ ଲକ୍ଷ ଟଙ୍କା ଲେଖାଏଁ ପ୍ରୋତ୍ସାହନ ଅର୍ଥ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପଦକ ବିତରଣ ପରେ ମୁଖ୍ୟମନ୍ତ୍ରୀ ଟିମ ଇଣ୍ଡିଆ ସଦସ୍ୟଙ୍କ ସହ ଭିଡିଓ କଲ କରି କଥା ହୋଇଥିଲେ । ଏହି ଅବସରରେ ଭାରତୀୟ ହକି ଟିମକୁ ଅଭିନନ୍ଦନ ଜଣାଇବା ସହ ଉତ୍ସାହିତ କରିଥିଲେ ।

ସୂଚନାଯୋଗ୍ୟ; ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଥିବାରୁ ମଧ୍ୟ ମୁଖ୍ୟମନ୍ତ୍ରୀ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ୫-ଟି ସଚିବ ଭିକେ ପାଣ୍ଡିଆନ ଦଳକୁ ଅଭିନନ୍ଦନ ଜଣାଇବା ସହ କହିଛନ୍ତି ଭାରତୀୟ ଖେଳାଳି ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟରେ ଚାମ୍ପିଅନ୍ସ ଭଳି ଖେଳିଥିଲେ ଏବଂ ସେମାନେ ସ୍ୱର୍ଣ୍ଣ ପାଇଁ ହକଦାର ଥିଲେ ସେହିପରି କ୍ରୀଡ଼ା ସଚିବ ଭିନୀଲ କ୍ରୀଷ୍ଣା ମଧ୍ୟ ବିଜୟୀ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି।

ଉଲ୍ଲେଖଯୋଗ୍ୟ, ଆଜି ଏସିଆନ ଗେମ୍ସରେ ଫାଇନାଲରେ ଜାପାନକୁ ୫-୧ ଗୋଲରେ ହରାଇ ଭାରତୀୟ ହକି ଦଳ ସ୍ୱର୍ଣ୍ଣ ଜିତିଛି । ଏହି ବିଜୟ ସହ ଭାରତୀୟ ଦଳ ପାରିସ ଅଲିମ୍ପିକ ପାଇଁ ମଧ୍ୟ ଯୋଗ୍ୟତା ଅର୍ଜନ କରିଛି । ପ୍ରକାଶଥାଉକି, ଓଡ଼ିଶା ସରକାର ୨୦୧୮ ମସିହାରୁ ଭାରତୀୟ ହକି ଟିମକୁ ସ୍ପୋନ୍ସର କରିଆସୁଛନ୍ତି । ସେହିପରି ଦୁଇଦୁଇଥର ବିଶ୍ୱକପର ଆୟୋଜନ କରି ହକିକୁ ଏକ ନୂଆ ସ୍ତରକୁ ନେବା ପାଇଁ ପ୍ରୟାସ କରିଥିଲେ ଓଡ଼ିଶା ସରକାର ।

Leave A Reply

Your email address will not be published.