ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା

0

ଭୁବନେଶ୍ବର: ଡେଣ୍ଟାଲ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା। ଏପରି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ଛାତ୍ରୀ ଜଣଙ୍କ ଭୁବନେଶ୍ୱରର ଏକ ଘରୋଇ ମେଡିକାଲ କଲେଜରେ ପଢ଼ୁଥିଲେ। ସେ ଡେଣ୍ଟାଲ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ରୀ ଥିଲେ। ମୃତ ଛାତ୍ରୀଙ୍କ ଘର ପଶ୍ଚିମବଙ୍ଗ ହୁଗୁଳିରେ ବୋଲି ଜଣାପଡ଼ିଛି।

ଛାତ୍ରୀ ଜଣଙ୍କ କେଉଁ କାରଣ ପାଇଁ ଆତ୍ମହତ୍ୟା କଲେ ତା’ର କାରଣ ଜଣାପଡ଼ି ନାହିଁ। ଏ ନେଇ ପୋଲିସ ଏକ ଅପ ମୃତ୍ୟୁ ମାମଲା ରୁଜୁ କରିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି । ସେପଟେ ମୃତ ଛାତ୍ରୀଙ୍କ ପରିବାର କହିଛନ୍ତି, ଝିଅ କୌଣସି ମାନସିକ ଚାପରେ ନଥିଲେ । ସକାଳୁ ଘରେ କଥା ହୋଇଥିଲେ । ମୃତ ଛାତ୍ରୀଙ୍କ  ମୋବାଇଲ ଫୋନକୁ ଯବତ କରି ପୋଲିସ ତଦନ୍ତ କରୁଛି ।

Leave A Reply

Your email address will not be published.