ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ସିକିମରେ ଆସିଥିବା ପ୍ରଳୟଙ୍କାରୀ ବନ୍ୟା ରଚିଛି ତାଣ୍ଡବ

0

ସିକିମ: ପ୍ରବଳ ବର୍ଷା ଯୋଗୁ ସିକିମରେ ଆସିଥିବା ପ୍ରଳୟଙ୍କାରୀ ବନ୍ୟା ବିଭୀଷିକା ପରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସେନା ଓ ଏନଡିଆରଏଫ୍ ପକ୍ଷରୁ ଉଦ୍ଧାରକାର୍ଯ୍ୟ ଜାରି ରହିଛି । ନିଖୋଜ ଯବାନଙ୍କୁ ଖୋଜିବା କାର୍ଯ୍ୟ ଜାରି ରହିଛି । ସେପଟେ ସିକିମ ବନ୍ୟାରେ ମୋଟ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏବେବି ୧୦୪ ନିଖୋଜ ଅଛନ୍ତି। ବିଭିନ୍ନ ସ୍ଥାନରେ ଫସିରହିଛନ୍ତି ୩ ହଜାରରୁ ଅଧିକ ପର୍ଯ୍ୟଟକ। ପ୍ରାୟ ୨୦ ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି।। ଏହି ପ୍ରଳୟଙ୍କାରୀ ବନ୍ୟାର ସିକିମା ଚୁଙ୍ଗଥାଙ୍ଗ ଡ୍ୟାମ ସମ୍ପୂର୍ଣ୍ଣ ଧୋଇ ହୋଇ ଯାଇଛି। ନିମ୍ନମାନର କାମ ହେତୁ ଡ୍ୟାମଟିର ଚିହ୍ନବର୍ଣ୍ଣ ଲୋପ ପାଇ ଯାଇଥିବା ବେଳେ ତାହା ମାଟିରେ ମିଶି ଯାଇଥିବା କହିଛନ୍ତି ଖୋଦ ସିକିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗ ।

ଉଲ୍ଲେଖଯୋଗ୍ୟ, ଉତ୍ତର ସିକ୍କିମର ଲୋନାକ ହ୍ରଦର ଉପରିଭାଗରେ ମଙ୍ଗଳବାର ରାତିରେ ହୋଇଥିଲା ବାଦଲ ଫଟା ବର୍ଷା। ଚୁଙ୍ଗଥାଙ୍ଗ ଡ୍ୟାମ ବିପଦସଙ୍କେତ ଡେଇଁବା ପରେ ତିସ୍ତା ନଦୀରେ ହଠାତ ବଢିଆସିଥିବା ବନ୍ୟାପାଣି। ଏପରିକି ତଳିଆ ଅଞ୍ଚଳରେ ନଦୀର ଜଳସ୍ତର ଅଚାନକ ୧୫ରୁ ୨୦ ଫୁଟ ବଢିଯାଇଥିଲା। ତିସ୍ତା ନଦୀ ଉପରେ ଥିବା ସିଙ୍ଗଥାମ ଫୁଟ ବ୍ରିଜ ଭାସି ଯାଇଛି। ପଶ୍ଚିମବଙ୍ଗ ସହ ସିକିମକୁ ଯୋଡୁଥିବା ଜାତୀୟ ରାଜପଥର ବହୁ ଭାଗ ନିଶ୍ଚିହ୍ନ ହୋଇଛି। ତିସ୍ତା ନଦୀରେ ପାଣି ଆସିବାରୁ ଏହାର ପ୍ରଭାବ ପଡୋଶୀ ପଶ୍ଚିମବଂଗ ଅଂଚଳରେ ମଧ୍ୟ ପଡିଛି।

Leave A Reply

Your email address will not be published.