ପ୍ରମୁଖ ଖବର

ବାଲେଶ୍ୱର ମିଶନ ଶକ୍ତି କାଫେରେ ଅଗ୍ନିକାଣ୍ଡ: ଜିଲ୍ଲାପାଳଙ୍କ ଅଫିସ କାର୍ଯ୍ୟାଳୟରେ ଥିବା ମିଶନ ଶକ୍ତି କାଫେର ରୋଷେଇ ଘରେ ଭୟାବହ ଅଗ୍ନିକାଣ୍ଡ
ରଘୁନାଥପାଲି, ବୀରମିତ୍ରପୁର, ବଣାଇରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର
ସମ୍ବଲପୁରର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ କ୍ରୀଡ଼ାବିତମାନଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆସନ୍ତାକାଲି ଦେଶରେ ଚତୁର୍ଥ ପର୍ଯ୍ୟୟ ଭୋଟ ଗ୍ରହଣ ଓ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ, ୪ଟି ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳିରେ ଭୋଟ ଗ୍ରହଣ ହେବ

୨୦୨୪ ଜାନୁଆରୀ ପହିଲାରେ ମେଟ୍ରୋ ଟ୍ରେନ ପ୍ରକଳ୍ପ ଶିଳାନ୍ୟାସ

0

ଭୁବନେଶ୍ୱର: ମେଟ୍ରୋ ଟ୍ରେନ ଚଳାଚଳ ପାଇଁ ୨୦୨୪ ଜାନୁୟାରୀ ପହିଲା ନୂଆବର୍ଷ ଦିନ ଶିଳାନ୍ୟାସ କରାଯିବ । ୪ବର୍ଷ ମଧ୍ୟରେ ଏହି ମେଟ୍ରୋ ଟ୍ରେନ ନିର୍ମାଣ ପ୍ରକଳ୍ପ କାର୍ଯ୍ୟ ଶେଷ ହେବ । ଏବାବଦରେ ମୋଟ ୫୯୨୯କୋଟି ଟଙ୍କା ଖର୍ଚ୍ଚ ହେବ । ସମସ୍ତ ପ୍ରକଳ୍ପ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ମେଟ୍ରୋ ଟ୍ରେନର ବିସ୍ତୃତ ପ୍ରକଳ୍ପ ରିପୋର୍ଟକୁ ଅନୁମୋଦନ କରିଛନ୍ତି ଏବଂ ଏହି ପ୍ରକଳ୍ପ ଫାଇଭ-ଟି ଉପକ୍ରମରେ ହାତକୁ ନିଆଯାଇଛି ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ଉଲ୍ଲେଖଯୋଗ୍ୟ, ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିମାନ ବନ୍ଦରରୁ ତ୍ରିଶୁଳିଆ ଛକ ପର୍ଯ୍ୟନ୍ତ ମେଟ୍ରୋ ଟ୍ରେନ ଚଳାଚଳ କରିବ । ଏହି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଖୁବଶୀଘ୍ର ଆରମ୍ଭ ହେବ ଓ ୪୮ମାସ ମଧ୍ୟରେ ଏହା ସମ୍ପୂର୍ଣ୍ଣ କରାଯିବ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ପ୍ରକଳ୍ପକୁ ୨୦୨୪ ଜାନୁୟାରୀ ପହିଲାରେ ଶିଳାନ୍ୟାସ କରିବେ । ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି, ଯିଏକି ଏହି ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିକୁ ତ୍ୱରାନ୍ୱିତ କରିବା ଦିଗରେ ପଦକ୍ଷେପ ନେବେ । ୨୦୨୩-୨୪ ଆର୍ଥିକ ବର୍ଷରେ ଏହି ମେଟ୍ରୋ ଟ୍ରେନ ପ୍ରକଳ୍ପ ପାଇଁ ୨୧୦କୋଟି ଟଙ୍କାର ବ୍ୟୟବରାଦ ହୋଇଛି ।

ଭୁବନେଶ୍ୱର ବିମାନ ବନ୍ଦରଠୁ ତ୍ରିଶୁଳିଆ ଛକ ମଧ୍ୟରେ ମୋଟ ୨୦ଟି ଷ୍ଟେସନ ରହିବ । ବର୍ତ୍ତମାନର ରୋଡ୍ ମଝି କିମ୍ବା ପାଶ୍ୱର୍ରେ ଏହି ମେଟ୍ରୋ ଟ୍ରେନ ଚଳାଚଳ ପାଇଁ ଉପରେ ରେଳମାର୍ଗ ନିର୍ମାଣ ହେବ । ନନ୍ଦନକାନନ, କିଟ୍ ଛକ, ଡମଣା ଛକ, ଜୟଦେବ ବିହାର, ବାଣୀବିହାର, ରାମମନ୍ଦିର, ଭୁବନେଶ୍ୱର ରେଳ ଷ୍ଟେସନ, ବାପୁଜୀ ନଗର, ଶିଶୁଭବନ ଛକ ଓ କ୍ୟାପିଟାଲ ହସ୍ପିଟାଲ ଛକରେ ଏହି ମେଟ୍ରୋ ଷ୍ଟେସନ ରହିବ ।

Leave A Reply

Your email address will not be published.