ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ଅକ୍ଟୋବର ୧୪ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

0

ମୟୁରଭଞ୍ଜ: ଚଳିତ ମାସ ଅକ୍ଟୋବର ୧୪ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ବିଶ୍ୱ ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟ ତଥା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ । ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ନିର୍ଦ୍ଦେଶକ ତଥା ଆଞ୍ଚଳିକ ବନ୍ୟ ପ୍ରାଣୀ ସଂରକ୍ଷକ ପ୍ରକାଶ ଚାନ୍ଦ ଗୋଗିନେନି ଶନିବାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।

ପର୍ଯ୍ୟଟକମାନେ ସକାଳ ୬ଟାରୁ ସକାଳ ୯ଟା ମଧ୍ୟରେ ପିଠାବଟା ଓ ଯଶିପୁର ନିକଟ କାଳିଆଣି ଫାଟକ ଦେଇ ପ୍ରବେଶ କରିପାରିବେ । ବାରିପଦା ପଟୁ ପିଠାବଟା ଓ ଯଶିପୁର ରକାଳିଆଣି ତନଖି ଫାଟକ ଦେଇ ପ୍ରତିଦିନ ଯଥାକ୍ରମେ ୨୫ଟି ଓ ୩୫ଟି ଗାଡ଼ିକୁ ପ୍ରବେଶ ପାଇଁ ଅନୁମତି ଦିଆଯିବ ବୋଲି ସୂଚନା ଦିଆଯାଇଛି।

ଅଭୟାରଣ୍ୟ ରାତ୍ରିଯାପନ ପାଇଁ ପର୍ଯ୍ୟଟକମାନଙ୍କୁ ଅଗ୍ରୀମ ଦେୟ ପୈଠକରି ଅନଲାଇନ ମାଧ୍ୟମରେ ବୁକିଂ କରିବାକୁ ପଡ଼ିବ। ସେହିପରି ଅଭୟାରଣ୍ୟକୁ ପ୍ଲାଷ୍ଟିକ, ପଲିଥିନ୍‌ ଓ ମାଦକ ଦ୍ରବ୍ୟ ନେବା ଉପରେ କଟକଣା ଜାରି କରାଯାଇଛି। ପର୍ଯ୍ୟଟକଙ୍କ ସୁବିଧା ପାଇଁ ସ୍ୱଳ୍ପ ମୂଲ୍ୟରେ ଗାଇଡ୍‌ର ବ୍ୟବସ୍ଥା ମଧ୍ୟ କରାଯାଇଛି। ଉଭୟ ରାସ୍ତାର ଗେଟ୍ ପାଖରେ ପର୍ଯ୍ୟଟକଙ୍କୁ ଅନୁମତି ପତ୍ର ମିଳିବ ଅଥବା ସେମାନେ ଅନ୍‌ଲାଇନରେ ପୂର୍ବରୁ ଅନୁମତିପତ୍ର ନେଇ ପାରିବେ ବୋଲି ଶିମିଳିପାଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Leave A Reply

Your email address will not be published.