ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଅକ୍ଟୋବର ୧୪ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

0

ମୟୁରଭଞ୍ଜ: ଚଳିତ ମାସ ଅକ୍ଟୋବର ୧୪ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ବିଶ୍ୱ ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟ ତଥା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ । ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ନିର୍ଦ୍ଦେଶକ ତଥା ଆଞ୍ଚଳିକ ବନ୍ୟ ପ୍ରାଣୀ ସଂରକ୍ଷକ ପ୍ରକାଶ ଚାନ୍ଦ ଗୋଗିନେନି ଶନିବାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।

ପର୍ଯ୍ୟଟକମାନେ ସକାଳ ୬ଟାରୁ ସକାଳ ୯ଟା ମଧ୍ୟରେ ପିଠାବଟା ଓ ଯଶିପୁର ନିକଟ କାଳିଆଣି ଫାଟକ ଦେଇ ପ୍ରବେଶ କରିପାରିବେ । ବାରିପଦା ପଟୁ ପିଠାବଟା ଓ ଯଶିପୁର ରକାଳିଆଣି ତନଖି ଫାଟକ ଦେଇ ପ୍ରତିଦିନ ଯଥାକ୍ରମେ ୨୫ଟି ଓ ୩୫ଟି ଗାଡ଼ିକୁ ପ୍ରବେଶ ପାଇଁ ଅନୁମତି ଦିଆଯିବ ବୋଲି ସୂଚନା ଦିଆଯାଇଛି।

ଅଭୟାରଣ୍ୟ ରାତ୍ରିଯାପନ ପାଇଁ ପର୍ଯ୍ୟଟକମାନଙ୍କୁ ଅଗ୍ରୀମ ଦେୟ ପୈଠକରି ଅନଲାଇନ ମାଧ୍ୟମରେ ବୁକିଂ କରିବାକୁ ପଡ଼ିବ। ସେହିପରି ଅଭୟାରଣ୍ୟକୁ ପ୍ଲାଷ୍ଟିକ, ପଲିଥିନ୍‌ ଓ ମାଦକ ଦ୍ରବ୍ୟ ନେବା ଉପରେ କଟକଣା ଜାରି କରାଯାଇଛି। ପର୍ଯ୍ୟଟକଙ୍କ ସୁବିଧା ପାଇଁ ସ୍ୱଳ୍ପ ମୂଲ୍ୟରେ ଗାଇଡ୍‌ର ବ୍ୟବସ୍ଥା ମଧ୍ୟ କରାଯାଇଛି। ଉଭୟ ରାସ୍ତାର ଗେଟ୍ ପାଖରେ ପର୍ଯ୍ୟଟକଙ୍କୁ ଅନୁମତି ପତ୍ର ମିଳିବ ଅଥବା ସେମାନେ ଅନ୍‌ଲାଇନରେ ପୂର୍ବରୁ ଅନୁମତିପତ୍ର ନେଇ ପାରିବେ ବୋଲି ଶିମିଳିପାଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Leave A Reply

Your email address will not be published.