ଭୁବନେଶ୍ବର: ଏସିଆନ ଗେମ୍ସରେ ସଫଳତା ପାଇଥିବା ହକି ଖେଳାଳି ଅମିତ ରୋହିଦାସ ଓ ଦୀପଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦୀପଗ୍ରେସଙ୍କୁ ୫୦ ଲକ୍ଷ ଟଙ୍କା ଓ ଅମିତ ରୋହିଦାସଙ୍କୁ ଦେଢ କୋଟି ଟଙ୍କା ପୁରସ୍କାର ଦେଇଥିଲେ । ପୁରୁଷ ହକି ଫାଇନାଲରେ ପୁରୁଷ ଟିମ୍ ବିଜୟୀ ହୋଇ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ । ଦଳ ତରଫରୁ ଏକ ଗୁରୁତ୍ବପୂର୍ଣ୍ଣ ଗୋଲ ଦେଇଥିଲେ ଅମିତ ରୋହିଦାସ । ସେହିଭଳି ମହିଳା ଟିମ୍ ବ୍ରୋଞ୍ଜ ପଦକ ହାତେଇଥିଲା । ସେମାନଙ୍କର କଠିନ ପରିଶ୍ରମ ଓ ସଫଳତା ପାଇଁ ଓଡ଼ିଶା ଆଜି ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଗକୁ ଏଭଳି ପ୍ରୟାସ ଜାରି ରହୁ ବୋଲି ସେ କହିଛନ୍ତି ।
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ