ଭୁବନେଶ୍ବର: ଏସିଆନ ଗେମ୍ସରେ ସଫଳତା ପାଇଥିବା ହକି ଖେଳାଳି ଅମିତ ରୋହିଦାସ ଓ ଦୀପଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦୀପଗ୍ରେସଙ୍କୁ ୫୦ ଲକ୍ଷ ଟଙ୍କା ଓ ଅମିତ ରୋହିଦାସଙ୍କୁ ଦେଢ କୋଟି ଟଙ୍କା ପୁରସ୍କାର ଦେଇଥିଲେ । ପୁରୁଷ ହକି ଫାଇନାଲରେ ପୁରୁଷ ଟିମ୍ ବିଜୟୀ ହୋଇ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ । ଦଳ ତରଫରୁ ଏକ ଗୁରୁତ୍ବପୂର୍ଣ୍ଣ ଗୋଲ ଦେଇଥିଲେ ଅମିତ ରୋହିଦାସ । ସେହିଭଳି ମହିଳା ଟିମ୍ ବ୍ରୋଞ୍ଜ ପଦକ ହାତେଇଥିଲା । ସେମାନଙ୍କର କଠିନ ପରିଶ୍ରମ ଓ ସଫଳତା ପାଇଁ ଓଡ଼ିଶା ଆଜି ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଗକୁ ଏଭଳି ପ୍ରୟାସ ଜାରି ରହୁ ବୋଲି ସେ କହିଛନ୍ତି ।
ପ୍ରମୁଖ ଖବର
ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ