ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ଶିଶୁ କଲ୍ୟାଣ କମିଟି ସଦସ୍ୟାଙ୍କୁ ହତ୍ୟା

0

ବ୍ରହ୍ମପୁର: ଗୋଷାଣୀ ନୂଆଗାଁ ଥାନା ଅର୍ନ୍ତଗତ ନୀଳକଣ୍ଠ ନଗରରେ ଜଣେ ମହିଳାଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଲେ ସୌଦାମିନୀ ରଥ। ସୌଦାମିନୀ ଶିଶୁ ସୁରକ୍ଷା କମିଟିର ଜଣେ ସଦସ୍ୟା ଥିଲେ। 

ଗତକାଲି ବିଳମ୍ବିତ ରାତିରେ କେହି ଦୁବୃର୍ତ୍ତ ତାଙ୍କୁ ହତ୍ୟା କରିଛି। ସୌଦାମିନୀ କାହା ସହ ମୋବାଇଲରେ କଥା ହେଉଥିବା ସମୟରେ କେହି ଦୁବୃର୍ତ୍ତ ତାଙ୍କୁ ଆକ୍ରମଣ କରି ହତ୍ୟା କରିଥିବା ସୂଚନା ମିଳିଛି। ଗୋଷାଣୀ ନୂଆଗାଁ ଥାନା ପୋଲିସର ତଦନ୍ତ ଆରମ୍ଭ କରିଛି। ହତ୍ୟାକାଣ୍ଡରେ ନିଜ ଡ୍ରାଇଭରର ସମ୍ପୃକ୍ତି ସନ୍ଦେହ କରାଯାଇଛି। 

ଏଥିପାଇଁ ଡ୍ରାଇଭର ସୀମାଞ୍ଚଳ ସାହୁଙ୍କୁ ଅଟକ ରଖାଯାଇଛି। ୩ମାସ ହେଲା ଡ୍ରାଇଭର ଭାବେ କାର୍ଯ୍ୟରତ ଥିଲେ ସୀମାଞ୍ଚଳ। ତେବେ ହତ୍ୟାକାଣ୍ଡର କାରଣ ଏଯାଏ ଜଣା ପଡିନାହିଁ। ଅଟକ ଡ୍ରାଇଭର ନିକଟରୁ ରକ୍ତଭିଜା ବସ୍ତ୍ର ଜବତ ହୋଇଛି। ଏଥିରେ ଆଉ କାହାର ସମ୍ପୃକ୍ତି ଅଛି ସେନେଇ ତଦନ୍ତ ଜାରି ରହିଛି।

Leave A Reply

Your email address will not be published.