ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ବୁଣାକାରମାନଙ୍କୁ ରାଜ୍ୟସରକାରଙ୍କର ଭେଟି

0

ଭୁବନେଶ୍ୱର : ରାଜ୍ୟରେ ବୁଣାକାର ମାନଙ୍କ ସାମାଜିକ-ଅର୍ଥନୈତିକ ସଶକ୍ତିକରଣକୁ ସୁଗମ କରିବା ସହିତ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ୍ର ଐତିହକୁ ସଂରକ୍ଷିତ ରଖିବା ପାଇଁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ମାଧ୍ୟମରେ ବିଭିନ୍ନ ବିକାଶମୂଳକ ଏବଂ କଲ୍ୟାଣମୂଳକ ଯୋଜନା କାର୍ଯ୍ୟକ୍ରମ କରାଯାଇଛି । ବୁଣାକାର ଓ ହସ୍ତତନ୍ତ କାରିଗରଙ୍କ ପାଇଁ ଖୁସି ଆଣିଛନ୍ତି । ବଳିଆ ଯୋଜନାରେ ଋଣ ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟସରକାର।

ଉଲେଖଯୋଗ୍ୟ, ଋଣ ସହାୟତା ରାଶି ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ ସରକାର । ରାଜ୍ୟରେ ୬୬, ୧୪୧ ବୁଣାକାର ପରିବାର ରହିଛନ୍ତି । ୧ ଲକ୍ଷ ୨୪ ହଜାର ୮୪ ଜଣ ବୁଣାକାର ଅଛନ୍ତି ସେହିପରି ୫୬ ହଜାର ୫୬୯ ସଂଖ୍ୟକ ତନ୍ତ ରହିଛି । ଆଗରୁ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ସୁଧ ମୁକ୍ତ ଋଣ ଦିଆଯାଉଥିଲା । ଏବେ ଏହାକୁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ୧ ଲକ୍ଷ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି । ବୁଣାକାର ମାନଙ୍କ ରୋଜଗାର ସୁନିଶ୍ଚିତ କରିବା, ଅର୍ଥନୈତିକ ଅବସ୍ତାକୁ ସୁଦୃଢ କରିବା ଓ ସୁରକ୍ଷିତ କରିବା ଏହି ଯୋଜନା ଗୁଡ଼ିକର ଲକ୍ଷ୍ୟ ଓ ଉଦ୍ଦେଶ୍ୟ । ଏହି ପ୍ରୟାସ ଏବଂ ହସ୍ତକ୍ଷେପ ଫଳରେ ରାଜ୍ୟରେ ହସ୍ତତନ୍ତ କ୍ଷେତ୍ରରେ ଅଭିବୃଦ୍ଧି ହେବ ।

Leave A Reply

Your email address will not be published.