ପ୍ରମୁଖ ଖବର

ଦିଲ୍ଲୀ ଏମ୍ସରେ ସମସ୍ତ ଛୁଟି ବାତିଲ, ଯେତେ ଶୀଘ୍ର ସମ୍ଭବ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ
ହାଇ ଆଲର୍ଟରେ ଭୁବନେଶ୍ୱର ଏୟାରପୋର୍ଟ
ବାଲେଶ୍ୱର ଚାନ୍ଦିପୁରରେ ହାଇ ଆଲର୍ଟ ଜାରି କରିଛି ଓଡ଼ିଶା ପୋଲିସ
ଅନିର୍ଦ୍ଦିଷ୍ଟ କାଳ ଯାଏ ଆଇପିଏଲ ସ୍ଥଗିତ
ମେ ୧୫ ତାରିଖ ସକାଳ ସାଢେ ୫ଟା ଯାଏଁ ଦେଶର ୨୪ଟି ବିମାନବନ୍ଦର ବନ୍ଦ ରହିବ
ସବୁ ରାଜ୍ୟକୁ ଜରୁରୀ କ୍ଷମତା ପ୍ରୟୋଗ ପାଇଁ ନିର୍ଦ୍ଦେଶ, ସିଭିଲ ଡିଫେନ୍ସ ନିୟମ ଅନୁଯାୟୀ ଜରୁରୀ କ୍ଷମତା ହେବ ପ୍ରୟୋଗ

ଲକ୍ଷ୍ମୀ ବସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ

0

ମାଲକାନଗିରି: ମୁଖ୍ୟମନ୍ତ୍ରୀଙ୍କ ଗସ୍ତବେଳେ ଗମନାଗମନ ଅସୁବିଧା ଜାଣିବା ପରେ ଏହିଠାରୁ ଲକ୍ଷ୍ମୀ ବସ ସେବା ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ତେବେ ଆଜି ମାଲକାନଗିରିରେ ପତାକା ଦେଖାଇ ଲକ୍ଷ୍ମୀ ଯୋଜନା ଶୁଭାରମ୍ଭ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ମାଲକାନଗିରି ତାଙ୍କର ବହୁତ ପ୍ରିୟ। ଲକ୍ଷ୍ମୀ ଯୋଜନା ମାଲକାନଗିରି ଅର୍ଥନୀତିକୁ ସମୃଦ୍ଧ କରିବ। ଜିଲ୍ଲାରେ ୩୬ଟି ବସ ସେବା ଯୋଗାଇବ। ଜିଲ୍ଲାର ୧୧୧ଟି ପଞ୍ଚାୟତକୁ ବସ ସୁବିଧା ମିଳିବ । ଅର୍ଥନୀତି ସୁଦୃଢ ହେବ, ଗାଁ ଗାଁରେ ସମୃଦ୍ଧି ଆଣିବ । ଘରେ ଘରେ ଖୁସି ଆଣିବ । ଗୁରୁପ୍ରିୟା ସେତୁ ମାଲକାନଗିରି ବିକାଶର ମାଇଲଖୁଣ୍ଟ। ଲକ୍ଷ୍ମୀ ଯୋଜନା ଦ୍ବାରା ମାଲକାନଗିରି ବିକାଶ ଆହୁରି ଉଜ୍ଜ୍ୱଳ ହେବ। ପଞ୍ଚାୟତରୁ ଜିଲ୍ଲାକୁ ଏହି ଯୋଜନା ଯୋଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରବର୍ତ୍ତୀ ସମୟରେ ପୂରା ଓଡ଼ିଶାରେ ବସ୍ ଚଳାଚଳ କରିବ। ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଜିଲ୍ଲାରେ ଚାଲିଛି ଲକ୍ଷ୍ମୀ ବସ।

ଘରେ ଘରେ ଲକ୍ଷ୍ମୀ ଯୋଜନା ଖୁସି ଆଣିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିଶେଷକରି ଗ୍ରାମାଞ୍ଚଳ ଲୋକେ ଯାତାୟତରେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନହେବେ ତାହା ଉପରେ ଅଧିକ ଫୋକସ କରାଯାଇଛି। ରାଜ୍ୟରେ ସୁନିଶ୍ଚିତ ଓ ନିରାପଦ ପରିବହନ ସେବା ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ଲୋକେସନ ଆକ୍ସେସିବିଲିଟି ମଲ୍ଟି ମୋଡାଲ୍ ଇନିସିଏଟିଭ୍ ବା ଲକ୍ଷ୍ମୀ ଯୋଜନା ।

ଯୋଜନା ଅଧିନରେ ସାରା ରାଜ୍ୟରେ ହଜାରେରୁ ଅଧିକ ବସ ଚଳାଚଳ କରିବ। ଏହି ଅବସରରେ ଜିଲ୍ଲାରେ ୧୯୨ କୋଟି ବ୍ୟୟରେ ୧୮ଟି ଲୋକାଭିମୁଖି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ନବୀନ। ଏଥିସହ ୬୦୧ କୋଟିରୁ ଅଧିକ ବ୍ୟୟର ୯୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମାଲକାନଗିରି ଷ୍ଟାଡିୟମରେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବା ପରେ ନିଜେ ବସରେ ବସି ଏମଭି-୩ ଯାଇଥିଲେ ମୁଖ୍ୟମନ୍ତ୍ରୀ । ଉଭୟ ପାର୍ଶ୍ବରେ ଶହ ଶହ ଜନତାଙ୍କୁ ହାତ ହଲାଇ ଶୁଭେଚ୍ଛା ଜଣାଇଥିଲେ। ଏମଭି-୩ରେ ବସଷ୍ଟପର ଶୁଭାରମ୍ଭ କରିଛନ୍ତି ନବୀନ। ଏହି ଅବସରରେ ଆଦିବାସୀଙ୍କ ସହ ଭାବବିନିମୟ କରିଥିଲେ।

Leave A Reply

Your email address will not be published.