ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

0

ଭୁବନେଶ୍ୱର, ୧୧/୧୦: ସାମ୍ପ୍ରତିକ ପ୍ରତିକୂଳ ଅବସ୍ଥାରେ ମାନସିକ ସନ୍ତୁଳନ ବଜାୟ ରଖିବା ଓ ଏହି ସମସ୍ୟାର ସଫଳ ଉପଚାରର ଆବଶ୍ୟକତା ଉପରେ ମଙ୍ଗଳବାର ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଠାରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ଅବସରରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ବକ୍ତାମାନେ ଗୁରୁତ୍ୱାରୋପ କରିଛନ୍ତି ।

ସମ୍ ହସ୍ପିଟାଲ୍‌ର ମାନସିକ ରୋଗ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ପୂର୍ବତନ ସାଂସଦ ଓ ପ୍ରସିଦ୍ଧ ଅଭିନେତା ଶ୍ରୀଯୁକ୍ତ ସିଦ୍ଧାନ୍ତ ମହାପାତ୍ର ଦୈନନ୍ଦିନ ଜୀବନରେ ଶୃଙ୍ଖଳା କିପରି ମାନସିକ ସ୍ୱାସ୍ଥ୍ୟ ପାଇଁ କେତେ ଉପଯୋଗୀ ସେ ସମ୍ପର୍କରେ ଆଲୋଚନା କରିଥିଲେ । ସେହିପରି ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପଟାଲ୍‌ର ଡିନ୍ ପ୍ରଫେସର (ଡାକ୍ତର) ସଂଘମତ୍ରା ମିଶ୍ର ସ୧ାନିତ ଅତିଥି ଭାବେ ଯୋଗ ଦେଇ ମାନସିକ ସ୍ୱାସ୍ଥ୍ୟର ମହତ୍ୱ ଓ ଏହାର ସଚେତନତା ଉପରେ ଗୁରୁତ୍ୱାରୋପ କରିଥିଲେ ।

ଚଳିତ ବର୍ଷ ମାନସିକ ସ୍ୱାସ୍ଥ୍ୟ ଦିବସର ଥିମ୍ “ମେଂଟାଲ୍ ହେଲ୍‌ଥ ଇଜ୍ ଏ ୟୁନିଭର୍ସାଲ୍ ହ୍ୟୁମାନ୍ ରାଇଟ୍‌” ପ୍ରସଙ୍ଗକୁ ନେଇ ଆଲୋଚନା କରାଯାଇଥିଲା । ବିଭାଗୀୟ ମୁଖ୍ୟ ପ୍ରଫେସର (ଡାକ୍ତର) ସୁରଜିତ ସାହୁ ଅଧ୍ୟକ୍ଷତା କରିଥିବା ବେଳେ ଡାକ୍ତର ରାକେଶ ମହାନ୍ତି ମାନସିକ ରୋଗୀଙ୍କ ଅଧିକାର ବିଷୟରେ ବକ୍ତବ୍ୟ ରଖିଥିଲେ । ସେହିପରି ଡାକ୍ତର ଜିତେନ୍ଦ୍ରୀୟ ବିଶ୍ୱାଳ ଓ ଡାକ୍ତର ଶୁଭେନ୍ଦୁ ନାରାୟଣ ମିଶ୍ର ମଧ୍ୟ ଏହି କାର୍ଯ୍ୟକ୍ରମରେ ନିଜର ମତ ରଖିଥିଲେ ।

ଏହି କାର୍ଯ୍ୟକ୍ରମରେ ମାନସିକ ରୋଗ ବିଭାଗର ଡାକ୍ତର ସ୍ନେହାଂଶୁ ଦେ, ଡାକ୍ତର ଅମିୟ ସାହୁ, ଡାକ୍ତର ହିରଣ୍ମୟ ମହାପାତ୍ର, ଡାକ୍ତର ଲଗ୍ନଜିତ ଦାଶ, ଡାକ୍ତର ସୌମ୍ୟରଞ୍ଜନ ଦାଶ, ଡାକ୍ତର ନିର୍ଲିପ୍ତ ଦାଶ, ଡାକ୍ତର କିର୍ତୀ ଅନୁରାଗ, ଡାକ୍ତର ରୁପେଶ ସେନାପତି, ଡାକ୍ତର ସୁଜାତା ସାହୁ, ଡାକ୍ତର ଆଶିଷ ଆଶୁତୋଷ ଚୌଧୁରୀ ଯୋଗ ଦେଇଥିଲେ । ଡାକ୍ତର ଶୁଭେନ୍ଦୁ ନାରାୟଣ ମିଶ୍ର ଧନ୍ୟବାଦ ପ୍ରଦାନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ପିଜି ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଏକ ସଚେତନତା ନାଟକ ପରିବେଷଣ କରାଯାଇଥିଲା ।

Leave A Reply

Your email address will not be published.